ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ଓଡ଼ିଶା ଟେକ୍ସର ଶୁଭାରମ୍ଭ

0

ଭୁବନେଶ୍ବର: ଟେକ୍ସଟାଇଲ ଶିଳ୍ପର ବିକାଶ ଦିଗରେ ରାଜ୍ୟ ସରକାରଙ୍କ ବଡ ପଦକ୍ଷେପ। ଶୁକ୍ରବାର ଲୋକସେବା ଭବନରେ ‘ଓଡ଼ିଶା ଟେକ୍ସ ୨୦୨୫’ର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ୬ ଗୋଟି ଟେକ୍ସଟାଇଲ୍ ଓ ଆପାରେଲ୍ ପାର୍କର ଉଦଘାଟନ କରିଛନ୍ତି। କଟକ, ଜଗତସିଂହପୁର, କେନ୍ଦୁଝର, ସମ୍ବଲପୁର, ବଲାଙ୍ଗୀର ଏବଂ ଗଞ୍ଜାମ ଜିଲ୍ଲାରେ ଟେକ୍ସଟାଇଲ ପାର୍କ ଉଦଘାଟିତ ହୋଇଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟରେ ୧୦ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ ଆଶା ରହିଥିବାବେଳେ ୨୫ ହଜାରରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟିର ମଧ୍ୟ ସମ୍ଭାବନା ରହିଛି। ବୟନ କ୍ଷେତ୍ରରେ ୫ ଲକ୍ଷରୁ ଅଧିକ ରୋଜଗାର ସୃଷ୍ଟି ଆମର ଲକ୍ଷ୍ୟ ରହିଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ। ଓଡ଼ିଶାର ବସ୍ତ୍ର ପୂରା ଦେଶରେ ପହଞ୍ଚାଇବାକୁ ହେବ। ଏନେଇ ୩୩ଟି ଏମଓୟୁ ସ୍ବାକ୍ଷରିତ, ହୋଇଛି। ୭୮୦୮ କୋଟି ଟଙ୍କାର ପୁଞ୍ଜିନିବେଶ କରାଯାଇଛି। ଏହି ସମ୍ମିଳନୀର ମୂଳ ଲକ୍ଷ୍ୟ ଟେକ୍ସଟାଇଲ୍ ଓ ଆପାରେଲ୍ ଉତ୍ପାଦନ କ୍ଷେତ୍ରରେ ଦେଶରେ ଅଗ୍ରଣୀ ରାଜ୍ୟରେ ପରିଣତ ହେବ ଓଡ଼ିଶା।

ସମୃଦ୍ଧ ଓଡ଼ିଶା ୨୦୩୬ ଦିଗରେ ଏହା ଏକ ଦୃଢ଼ ପଦକ୍ଷେପ ହେବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି। ତେବେ ଉଦଘାଟନୀ ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଓ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ଉପସ୍ଥିତ ରହିଥିଲେ। ଏହି କାର୍ଯ୍ୟକ୍ରମରେ ୩୦୦ରୁ ଅଧିକ ଶିଳ୍ପପତି ଯୋଗ ଦେଇଥିଲେ।

Leave A Reply

Your email address will not be published.