ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

ବିଜେଡି କର୍ପୋରେଟର ଅମରେଶ ଜେନା ଗିରଫ

0

ଭୁବନେଶ୍ଵର: କର୍ପୋରେଟର ଅମରେଶ ଜେନାଙ୍କୁ ଦଳରୁ ନିଲମ୍ବନ କଲା ବିଜେଡି। ଗିରଫ ପରେ କର୍ପୋରେଟର ଅମରେଶ ଜେନା ଦଳରୁ ନିଲମ୍ବିତ ହୋଇଛନ୍ତି। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦେଶକ୍ରମେ ତାଙ୍କୁ ନିଲମ୍ବିତ କରାଯାଇଥିବା ନେଇ ଦଳ ପକ୍ଷରୁ ସୂଚନା ଦିଆଯାଇଛି।
ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ ବିଜେଡି କର୍ପୋରେଟର୍ ଅମରେଶ ଜେନା ଓରଫ୍ ବାୟାଁ ଜେନାଙ୍କ ବିରୋଧରେ ଆସିଥିଲା। ଏନେଇ ପୀଡ଼ିତା ଥାନାରେ ଏତଲା ଦେଇଥିଲେ। ତାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଯୌନ ନିର୍ଯାତନା ଦେବା ସହ ଦୁଷ୍କର୍ମ କରିଥିବା ଅଭିଯୋଗ ଆଣିଥିଲେ। ଏନେଇ ଅମରେଶଙ୍କ ପ୍ରତିକ୍ରିୟା ଆସିନଥିବା ବେଳେ ପୋଲିସ୍ ମାମଲାରେ ତଦନ୍ତ କରିଥିଲା। ଅଭିଯୋଗ ହେବା ପରଠୁ ଫେରାର ଥିଲେ ଅମରେଶ। ଗତକାଲି ତାଙ୍କ ୫ ସହଯୋଗୀଙ୍କୁ ଗିରଫ କରିଥିବା ବେଳେ ଆଜି ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳରେ ଜଣଙ୍କ ଘରୁ ଉଠାଇଛି ଲକ୍ଷ୍ମୀସାଗର ଥାନା ପୋଲିସ୍ । ଗିରଫ ହେବା ପରେ ଅମରେଶଙ୍କୁ ଦଳରୁ ସସପେଣ୍ଡ କରିଛି ବିଜେଡି ।
ସୂଚନା ଅନୁଯାୟୀ, ୨୦୨୩ ମସିହାରେ ଏକ ରଜ ଉତ୍ସବ କାର୍ଯ୍ୟକ୍ରମରେ ତାଙ୍କର କର୍ପୋରେଟର ଅମରେଶ ଜେନାଙ୍କ ସହ ସାକ୍ଷାତ ହୋଇଥିଲା। ସେତେବେଳେ ସେ ନାବାଳିକା ଥିଲେ। ଏହିଠାରୁ ଉଭୟଙ୍କ ମଧ୍ୟରେ ସମ୍ପର୍କ ବଢିଥିଲା। ଏହା ପରେ ଉଭୟ ନିକଟତର ହୋଇଥିଲେ। କିନ୍ତୁ ଗତ ଏପ୍ରିଲ୍ ମାସରେ ଅମରେଶ ଯୁବତୀଙ୍କୁ ଦୁରେଇ ଯିବାକୁ କହିଥିଲେ। ଉଭୟଙ୍କ ଭିତରେ ଥିବା ସମ୍ପର୍କ ବିଷୟରେ କାହାରିକୁ କହିଲେ ଜୀବନରୁ ମାରିଦେବେ ବୋଲି ଧମକ ଦେଇଥିଲେ। ଯାହାକୁ ନେଇ ଯୁବତୀ ଜଣକ ଥାନାରେ ଅଭିଯୋଗ କରିଛନ୍ତି। ଏଥିସହ କାର୍ଯ୍ୟାନୁଷ୍ଠାନ ନ ହେଲେ ଆତ୍ମାହୁତି ଦେବି ବୋଲି ପୀଡିତା ଏଫଆଇଆରରେ ଲେଖିଛନ୍ତି। ଅମରେଶଙ୍କ ନାଁରେ ପ୍ରତାରଣା ସହ ହତ୍ୟା ଧମକ ଦେଉଥିବା ଅଭିଯୋଗ ରହିଥିଲା ।

Leave A Reply

Your email address will not be published.