ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

ମନସା ଦେବୀ ମନ୍ଦିରରେ ଦଳାଚକଟା

0

ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡର ମନସା ଦେବୀ ମନ୍ଦିରରେ ଏକ ଗୁଜବ କାରଣରୁ ରବିବାର ସକାଳେ ଦଳାଚକଟା ହୋଇଛି । ଏହି ଅଘଟଣରେ ୬ ଜଣ ଭକ୍ତଙ୍କର ମୃତ୍ୟୁ ଘଟିଥିବା ବେଳେ ୨୯ ଜଣ ଭକ୍ତ ଆହତ ହୋଇଛନ୍ତି । ମନ୍ଦିର ସିଡିରେ ବିଦ୍ୟୁତ୍ ତାର ପଡିଥିବାର ଗୁଜବ ଖେଳିବା ପରେ ମନ୍ଦିର ମଧ୍ୟରେ ଦଳାଚକଟା ପରିସ୍ଥିତି ସୃଷ୍ଟି ହୋଇଥିଲା ।
ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ, ଶ୍ରାବଣ ମାସ ପାଇଁ ମନ୍ଦିର ପରିସରରେ ବହୁ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଥିଲା । ଏହି ଦୁର୍ଘଟଣା ମନ୍ଦିରର ସିଡ଼ି ନିକଟରେ ଘଟିଥିଲା।ଲୋକଙ୍କ ମଧ୍ୟରେ ଏକ ଗୁଜବ ବ୍ୟାପିଗଲା ଯେ ବିଦ୍ୟୁତ୍ ତାରରେ କରେଣ୍ଟ ଅଛି, ଯାହାକୁ ଲୋକମାନେ ଧରି ଉପରକୁ ଚଢ଼ୁଛନ୍ତି। ଏହି ଗୁଜବ ଖବର ଶୁଣି ଲୋକମାନେ ଏଣେତେଣେ ଦୌଡ଼ିବାକୁ ଲାଗିଲେ ଫଳରେ ଦଳାଚକଟା ପରିସ୍ଥିତି ଦେଖାଯାଇଥିଲା । ଘଟଣାସ୍ଥଳରେ ଉଦ୍ଧାରକାରୀ ଦଳ ଏବଂ ପୋଲିସ ଫୋର୍ସ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହ ମିଶି ସମସ୍ତ ଆହତଙ୍କୁ ଉଦ୍ଧାର କରି ଡାକ୍ତରଖାନାକୁ ନେଇଥିଲେ । ମୋଟ ୩୫ ଜଣ ଆହତଙ୍କୁ ଡାକ୍ତରଖାନାକୁ ଅଣାଯାଇଥିଲା। ସେମାନଙ୍କ ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୬ ଜଣଙ୍କ ମୃତ୍ୟୁ ଘଟିଛି ।”

ଏକ୍ସ ହ୍ୟାଣ୍ଡେଲରେ ଏକ ପୋଷ୍ଟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି, ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ଏବଂ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ।

Leave A Reply

Your email address will not be published.