ପ୍ରମୁଖ ଖବର

ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍‌
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍‌ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍‌ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍‌ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଆଇଏଏସ ବିଷ୍ଣୁପଦ ସେଠୀଙ୍କ ଆଗୁଆ ଜାମିନ ଆବେଦନକୁ ଖାରଜ କଲେ ହାଇକୋର୍ଟ

0

ଭୁବନେଶ୍ୱର: ପୁଣି ବଢିଲା ଆଇଏଏସ ବିଷ୍ଣୁପଦ ସେଠୀଙ୍କ ଅଡୁଆ। ଆଗୁଆ ଜାମିନ ଖାରଜ କଲେ ହାଇକୋର୍ଟ। ୧୦ ଲକ୍ଷ ଟଙ୍କା ଲାଞ୍ଚ ମାମଲାରେ ଆଗୁଆ ଜାମିନ ଆବେଦନ କରିଥିଲେ। ସିବିଆଇ ଗିରଫଦାରି ଏଡ଼ାଇବା ପାଇଁ ଆଗୁଆ ଜାମିନ ଆବେଦନ କରିଥିଲେ ବିଷ୍ଣୁପଦ ସେଠୀ।ତେବେ ଗତ ୧୫ ତାରିଖରେ କେସ ଡାଏରୀ ଦାଖଲ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ ଏବଂ ଶୁକ୍ରବାର ମାମଲାର ଚୂଡାନ୍ତ ଶୁଣାଣି କରି ରାୟ ସଂରକ୍ଷିତ ରଖିଲେ ହାଇକୋର୍ଟ। ଅନ୍ତରୀଣ ନିର୍ଦ୍ଦେଶ ବଳବତ୍ତର ରଖିଲେ ହାଇକୋର୍ଟ।

ଜଷ୍ଟିସ ଭି.ନରସିଂହଙ୍କୁ ନେଇ ଗଠିତ ଖଣ୍ଡପୀଠରେ ବିଷ୍ଣୁପଦ ‌ସେଠୀଙ୍କ ଆବେଦନର ଚୂଡାନ୍ତ ଶୁଣାଣି ହୋଇଥିଲା। ଆଗୁଆ ଜାମିନ ନମିଳିବାରୁ ଆଗକୁ ବିଷ୍ଣୁପଦ ‌ସେଠୀ ଅଡୁଆରେ ପଡି ପାରନ୍ତି ବୋଲି ସୂଚନା ରହିଛି।ସୂଚନାଯୋଗ୍ୟ, ଓଡିଶା ବ୍ରିଜ ଏଣ୍ଡ ରୁଫ କର୍ପୋରେସନ ଲାଞ୍ଚ ମାମଲାରେ ଫସିଛନ୍ତି ବିଷ୍ଣୁପଦ ସେଠୀ। ୧୦ ଲକ୍ଷ ଟଙ୍କା ଲାଞ୍ଚ କାରବାର ଅଭିଯୋଗରେ ବିଷ୍ଣୁପଦଙ୍କ ଘରେ ଚଢ଼ାଉ କରିଥିଲା ସିବିଆଇ। ସିବିଆଇ ଚଢ଼ାଉକୁ ବିରୋଧ କରି ପ୍ରଥମେ ହାଇକୋର୍ଟ ଆସିଥିଲେ ବିଷ୍ଣୁପଦ। ଗତ ମାସ ୨୦ ତାରିଖରେ ହାଇକୋର୍ଟ ବିଷ୍ଣୁପଦଙ୍କ ଆବେଦନକୁ ଖାରଜ କରିଥିଲେ। ସମ୍ଭାବ୍ୟ ଗିରଫଦାରୀକୁ ଏଡାଇବା ଲାଗି ସେ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିଲେ। ଯାହା ଆଜି ଖାରଜ ହୋଇଯାଇଛି।

Leave A Reply

Your email address will not be published.