ପ୍ରମୁଖ ଖବର

କତାରର ୧୦ ବିଲିୟନ ଡଲାର ନିବେଶ ନେଇ ଆଲୋଚନା, ସୀତାରମଣ-କୁୱାରୀଙ୍କ ବୈଠକ
ସେପ୍ଟେମ୍ବର ୩୦ ଓଡ଼ିଶା ବନ୍ଦ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
କଟକରେ ଶିକ୍ଷକ ପଦୋନ୍ନତି ପ୍ରକ୍ରିୟା ଉପରେ ହାଇକୋର୍ଟଙ୍କ ରୋକ
ପାଠ୍ୟପୁସ୍ତକ ତ୍ରୁଟି ନେଇ ପିଏମଓର ହସ୍ତକ୍ଷେପ, ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଲା କେନ୍ଦ୍ର
ନୀରୁଙ୍କୁ ସୁନା, ଏସିଆନ୍ ଗେମ୍ସରେ ଇତିହାସ ରଚିଲା ଭାରତ
୫ ଦିନରେ ସରିଗଲା ୯ ଦିନିଆ ଅଧିବେଶନ, ୯୫୦ ପ୍ରଶ୍ନରୁ ମିଳିଲା ୮ଟିର ଉତ୍ତର
ସୁପ୍ରିମକୋର୍ଟକୁ ଯିବେ ଦିଲ୍ଲୀ ହାଇକୋର୍ଟ ମୁଖ୍ୟ ବିଚାରପତି, କଲେଜିୟମର ସୁପାରିସ

ଆଇଏଏସ ବିଷ୍ଣୁପଦ ସେଠୀଙ୍କ ଆଗୁଆ ଜାମିନ ଆବେଦନକୁ ଖାରଜ କଲେ ହାଇକୋର୍ଟ

0

ଭୁବନେଶ୍ୱର: ପୁଣି ବଢିଲା ଆଇଏଏସ ବିଷ୍ଣୁପଦ ସେଠୀଙ୍କ ଅଡୁଆ। ଆଗୁଆ ଜାମିନ ଖାରଜ କଲେ ହାଇକୋର୍ଟ। ୧୦ ଲକ୍ଷ ଟଙ୍କା ଲାଞ୍ଚ ମାମଲାରେ ଆଗୁଆ ଜାମିନ ଆବେଦନ କରିଥିଲେ। ସିବିଆଇ ଗିରଫଦାରି ଏଡ଼ାଇବା ପାଇଁ ଆଗୁଆ ଜାମିନ ଆବେଦନ କରିଥିଲେ ବିଷ୍ଣୁପଦ ସେଠୀ।ତେବେ ଗତ ୧୫ ତାରିଖରେ କେସ ଡାଏରୀ ଦାଖଲ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ ଏବଂ ଶୁକ୍ରବାର ମାମଲାର ଚୂଡାନ୍ତ ଶୁଣାଣି କରି ରାୟ ସଂରକ୍ଷିତ ରଖିଲେ ହାଇକୋର୍ଟ। ଅନ୍ତରୀଣ ନିର୍ଦ୍ଦେଶ ବଳବତ୍ତର ରଖିଲେ ହାଇକୋର୍ଟ।

ଜଷ୍ଟିସ ଭି.ନରସିଂହଙ୍କୁ ନେଇ ଗଠିତ ଖଣ୍ଡପୀଠରେ ବିଷ୍ଣୁପଦ ‌ସେଠୀଙ୍କ ଆବେଦନର ଚୂଡାନ୍ତ ଶୁଣାଣି ହୋଇଥିଲା। ଆଗୁଆ ଜାମିନ ନମିଳିବାରୁ ଆଗକୁ ବିଷ୍ଣୁପଦ ‌ସେଠୀ ଅଡୁଆରେ ପଡି ପାରନ୍ତି ବୋଲି ସୂଚନା ରହିଛି।ସୂଚନାଯୋଗ୍ୟ, ଓଡିଶା ବ୍ରିଜ ଏଣ୍ଡ ରୁଫ କର୍ପୋରେସନ ଲାଞ୍ଚ ମାମଲାରେ ଫସିଛନ୍ତି ବିଷ୍ଣୁପଦ ସେଠୀ। ୧୦ ଲକ୍ଷ ଟଙ୍କା ଲାଞ୍ଚ କାରବାର ଅଭିଯୋଗରେ ବିଷ୍ଣୁପଦଙ୍କ ଘରେ ଚଢ଼ାଉ କରିଥିଲା ସିବିଆଇ। ସିବିଆଇ ଚଢ଼ାଉକୁ ବିରୋଧ କରି ପ୍ରଥମେ ହାଇକୋର୍ଟ ଆସିଥିଲେ ବିଷ୍ଣୁପଦ। ଗତ ମାସ ୨୦ ତାରିଖରେ ହାଇକୋର୍ଟ ବିଷ୍ଣୁପଦଙ୍କ ଆବେଦନକୁ ଖାରଜ କରିଥିଲେ। ସମ୍ଭାବ୍ୟ ଗିରଫଦାରୀକୁ ଏଡାଇବା ଲାଗି ସେ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିଲେ। ଯାହା ଆଜି ଖାରଜ ହୋଇଯାଇଛି।

Leave A Reply

Your email address will not be published.