ପ୍ରମୁଖ ଖବର

୨୭ ରୁ ପିଜି ନାମଲେଖା ପ୍ରବେଶିକା ପରୀକ୍ଷା ପାଇଁ ଅନଲାଇନ୍ ଫର୍ମ ପୂରଣ
ନୂଆଦିଲ୍ଲୀରେ ଓଡ଼ିଶା ଭବନର ନୂତନ ବିଲ୍‍ଡିଂ ପାଇଁ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ଓଟିଇଟି ପ୍ରଶ୍ନପତ୍ର ଜାଲିଆତି ମାମଲା: ୫ ତାରିଖରେ ହେବ ଶୁଣାଣି
ଦୁଇ ଦିନ ମଧ୍ୟରେ ଭାଜପାର ରାଜ୍ୟସଭା ପ୍ରାର୍ଥୀ ଚୂଡ଼ାନ୍ତ ହେବେ: ବିଜୟପାଲ ସିଂ ତୋମାର
ଇସ୍ରାଏଲର ସର୍ବୋଚ୍ଚ ସଂସଦୀୟ ସମ୍ମାନରେ ସମ୍ମାନିତ ହେଲେ ପିଏମ୍ ମୋଦୀ
ମାର୍ଚ୍ଚ ୧୬ରେ ରାଜ୍ୟସଭା ନିର୍ବାଚନ, ପ୍ରକାଶ ପାଇଲା ବିଜ୍ଞପ୍ତି

ବଦଳିଲା ଛାତ୍ରୀଛାତ୍ରଙ୍କ ଆଇଡି କାର୍ଡ ରଙ୍ଗ ଓ ଲୋଗୋ

0

ଭୁବନେଶ୍ବର: ପ୍ରାଥମିକ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ଆଇଡି କାର୍ଡ ରଙ୍ଗ ବଦଳିଛି। ୨୦୨୫-୨୬ ଶିକ୍ଷାବର୍ଷରୁ ନୂଆ ଆଇଡି କାର୍ଡ ପକାଇବେ ଛାତ୍ରୀଛାତ୍ର। ଏହି ଆଇଡି କାର୍ଡ ସବୁଜ ରଙ୍ଗରୁ ଗେରୁଆ ରଙ୍ଗକୁ ପରିବର୍ତ୍ତନ କରାଯାଇଛି। ସେହିପରି ହାଉସ ୟୁନିଫର୍ମ ଏବଂ ଟୋପିର ଲୋଗୋ ମଧ୍ୟ ପରିବର୍ତ୍ତନ ହୋଇଛି। ତେବେ ଟୋପିର ରଙ୍ଗ ଧଳା ହୋଇଥିବାବେଳେ ସେଥିରେ ସ୍ଲୋଗାନ ରହିଛି।

ଚଳିତ ଶିକ୍ଷାବର୍ଷ (୨୦୨୫-୨୦୨୬)ରେ ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ଅଧ୍ୟୟନରତ ଛାତ୍ରଛାତ୍ରୀ ଏବଂ ରାଜ୍ୟ ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଅଧୀନରେ ଥିବା ସମସ୍ତ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ (ପ୍ରଥମ ଶ୍ରେଣୀ ଠାରୁ ଅଷ୍ଟମଶ୍ରେଣୀ ପର୍ଯ୍ୟନ୍ତ) ମାଗଣା ଜୋତା ଓ ମୋଜା ମିଳିବ। ୧ ହଳ ଜୋତା ଓ ୨ ହଳ ମୋଜା, ଗୋଟିଏ ଟି-ସାର୍ଟ, ଗୋଟିଏ ଟ୍ରାକ୍ ପ୍ୟାଣ୍ଟ, ଗୋଟିଏ ଟୋପି (ବ୍ରାଣ୍ଡିଂ ସହିତ) ଓ ଗୋଟିଏ ପରିଚୟପତ୍ର ଛାତ୍ରଛାତ୍ରୀଙ୍କୁ ପ୍ରଦାନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏନେଇ ଓସେପା ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ମାର୍ଗଦର୍ଶିକା ଜାରି ହୋଇଛି।

ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ, ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ ଜଣକ ପିଛା ୨୦୦ ଟଙ୍କା ମୂଲ୍ୟରେ ୧ ହଳ ଜୋତା ଓ ୨ ହଳ ମୋଜା, ୧୨୫ ଟଙ୍କା ମୂଲ୍ୟରେ ଗୋଟିଏ ଟି-ସାର୍ଟ ଓ ୧୨୫ ଟଙ୍କା ମୂଲ୍ୟରେ ଗୋଟିଏ ଟ୍ରାକ୍ ପ୍ୟାଣ୍ଟ, ୩୦ ଟଙ୍କା ମୂଲ୍ୟରେ ଗୋଟିଏ ଟୋପି (ବ୍ରାଣ୍ଡିଂ ସହିତ) ଓ ୨୦ ଟଙ୍କା ମୂଲ୍ୟରେ ଗୋଟିଏ ପରିଚୟ ପତ୍ର (ସମୁଦାୟ ୫୦୦ ଟଙ୍କାରେ) ବଣ୍ଟନ କରାଯିବ। ଛାତ୍ରଛାତ୍ରୀଙ୍କୁ ଏକ ହଳ କଳା ରଙ୍ଗର ଜୋତା ଓ ଦୁଇ ହଳ ଧଳା ରଙ୍ଗର ମୋଜା ବଣ୍ଟନ କରାଯିବ। ହାଉସ ସିଷ୍ଟମ ପରିପାଟୀରେ ୧୦୦ ଜଣରୁ କମ୍‌ ଛାତ୍ରଛାତ୍ରୀ ଥିବା ବିଦ୍ୟାଳୟରେ ଦୁଇଟି ହାଉସ ଗଠନ କରାଯିବ। ଚାରୋଟି ରଙ୍ଗର ଟି-ସାର୍ଟ ମଧ୍ୟରୁ ଯେକୌଣସି ଦୁଇଟି ରଙ୍ଗର ଟି-ସାର୍ଟ ମନୋନୟନ କରାଯାଇ ବଣ୍ଟନ କରାଯିବ।

Leave A Reply

Your email address will not be published.