ପ୍ରମୁଖ ଖବର

କତାରର ୧୦ ବିଲିୟନ ଡଲାର ନିବେଶ ନେଇ ଆଲୋଚନା, ସୀତାରମଣ-କୁୱାରୀଙ୍କ ବୈଠକ
ସେପ୍ଟେମ୍ବର ୩୦ ଓଡ଼ିଶା ବନ୍ଦ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
କଟକରେ ଶିକ୍ଷକ ପଦୋନ୍ନତି ପ୍ରକ୍ରିୟା ଉପରେ ହାଇକୋର୍ଟଙ୍କ ରୋକ
ପାଠ୍ୟପୁସ୍ତକ ତ୍ରୁଟି ନେଇ ପିଏମଓର ହସ୍ତକ୍ଷେପ, ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଲା କେନ୍ଦ୍ର
ନୀରୁଙ୍କୁ ସୁନା, ଏସିଆନ୍ ଗେମ୍ସରେ ଇତିହାସ ରଚିଲା ଭାରତ
୫ ଦିନରେ ସରିଗଲା ୯ ଦିନିଆ ଅଧିବେଶନ, ୯୫୦ ପ୍ରଶ୍ନରୁ ମିଳିଲା ୮ଟିର ଉତ୍ତର
ସୁପ୍ରିମକୋର୍ଟକୁ ଯିବେ ଦିଲ୍ଲୀ ହାଇକୋର୍ଟ ମୁଖ୍ୟ ବିଚାରପତି, କଲେଜିୟମର ସୁପାରିସ

ଏମ୍ସରେ ଅସଦାଚରଣ ଘଟଣା; ନର୍ସିଂ ଅଫିସର୍ ଗିରଫ

0

ଭୁବନେଶ୍ବର: ଭୁବନେଶ୍ବର ଏମ୍ସରେ ମହିଳା ଆଟେଣ୍ଡାଣ୍ଟଙ୍କୁ ଅସଦାଚରଣ ଘଟଣା। ଅଭିଯୁକ୍ତ ନର୍ସିଂ ଅଫିସର୍‌ ନାନୁ ରାମ ଚୌଧୁରୀ ଗିରଫ। ଅଭିଯୁକ୍ତକୁ ଗିରଫ କଲା ଖଣ୍ଡଗିରି ଥାନା ପୋଲିସ। ସୋମବାର ଅସଦାଚରଣ ଅଭିଯୋଗ ଆଣିଥିଲେ ଆଟେଣ୍ଡାଣ୍ଟ। ଏନେଇ ସେ ଖଣ୍ଡଗିରି ଥାନାରେ ଏତଲା ଦେଇ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ।

ସୂଚନାଯୋଗ୍ୟ, ରବିବାର ବିଳମ୍ବିତ ରାତି ପ୍ରାୟ ୧.୩୦ ବେଳେ ନର୍ସିଂ ଅଫିସର ନାନୁରାମ ଚୌଧୁରୀ ୱାର୍ଡରେ ଥିବା ଡାକ୍ତର ଚାମ୍ବରକୁ ଡାକି ପୀଡ଼ିତାଙ୍କ ସହ ଅଶଳୀନ ବ୍ୟବହାର କରିଥିଲେ ବୋଲି ମହିଳା ଆଟେଣ୍ଡାଣ୍ଟ୍‌ ଜଣଙ୍କ ଏତଲାରେ ଦର୍ଶାଇଥିଲେ। ପୋଲିସ ଏ ସଂକ୍ରାନ୍ତରେ ଏକ ମାମଲା (ନଂ.୫୧୪/୨୦୨୫) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ସୋମବାର ଏମ୍ସ ମୁଖ୍ୟ ଫାଟକ ନିକଟରେ ଅଭିଯୁକ୍ତଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ସହ ପୀଡିତାଙ୍କୁ ନ୍ୟାୟ ଦେବାକୁ ନେଇ ମହିଳା ଆଟେଣ୍ଡାଣ୍ଟ୍‌ ଓ ତାଙ୍କ ସହକର୍ମୀମାନେ ଧାରଣା ଦେଇଥିଲେ। ଏହାପରେ ଖଣ୍ଡଗିରି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀଙ୍କୁ ବୁଝାସୁଝା କରିବା ସହ ପରିସ୍ଥିତିକୁ ଆୟତ୍ତକୁ ଆଣିଥିଲା। ଏହାପରେ ପୋଲିସ ଏହି ମାମଲରେ ପ୍ରାରମ୍ଭିକ ତଦନ୍ତ ଆରମ୍ଭ କରିଥିଲା।

Leave A Reply

Your email address will not be published.