ପ୍ରମୁଖ ଖବର

କୁଆଖାଇରେ ଭାସିଯାଇଥିବା ୨ ଯୁବକଙ୍କ ମଧ୍ୟରୁ ଜଣଙ୍କ ମୃତଦେହ ଉଦ୍ଧାର, ଅନ୍ୟ ନିଖୋଜ
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
୧୨ରେ ବଙ୍ଗୋପସାଗରରେ ନୂଆ ଘୂର୍ଣ୍ଣିବଳୟ, ଉତ୍ତର-ଉପକୂଳ ଓଡ଼ିଶାକୁ ରେଡ୍ ୱାର୍ଣ୍ଣିଂ
ଆଇଟି ନିୟମ ହେବ ଅଧିକ କଡ଼ା: ୩ ଘଣ୍ଟାରେ ହଟିବ ବେଆଇନ ଏଆଇ ବିଷୟବସ୍ତୁ
ବ୍ୟାଙ୍କକ ସ୍କୁଲରେ ଗୁଳିକାଣ୍ଡ: ୭ ମୃତ, ୨୦ ଛାତ୍ର ଆହତ
୫୮.୩୬ ଲକ୍ଷ ଭୋଟରଙ୍କୁ ନୋଟିସ୍‌, ୧୨,୫୭୨ ଅଯୋଗ୍ୟ ଘୋଷିତ

ବସ୍-ଟ୍ରକ୍ ମୁହାଁମୁହିଁ ଧକ୍କା: ୧୮ କାଉଡିଆ ମୃତ, ଅନେକ ଆହତ

0

ଝାଡ଼ଖଣ୍ଡ: ଝାଡ଼ଖଣ୍ଡର ଦେଓଘରରେ ମର୍ମନ୍ତୁଦ ଦୁର୍ଘଟଣା। କାଉଡ଼ିଆଙ୍କୁ ନେଇଯାଉଥିବା ବସ୍‌ କୁ ଧକ୍କା ଦେଲା ଟ୍ରକ୍ ଫଳରେ ୧୮ ଜଣ କାଉଡ଼ିଆଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ଏଥିରେ ୧୨ରୁ ଅଧିକ କାଉଡିଆ ଆହତ ହୋଇଥିବା ସୂଚନା ରହିଛି। ସମସ୍ତ ଆହତଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି।

ଖବର ମୁତାବକ, ବାବା ବୈଦ୍ୟନାଥଙ୍କ ପୀଠରେ ପାଣି ଢାଳି ବାସୁକିନାଥ ଯାଉଥିବା କାଉଡିଆ ଭର୍ତ୍ତି ଏକ ବସ୍ ମୋହନପୁର ଥାନା ଅଞ୍ଚଳର ଜାମୁନିଆରେ ଏଲପିଜି ସିଲିଣ୍ଡର ବୋଝେଇ ଟ୍ରକ୍ ସହିତ ଧକ୍କା ହୋଇଥିଲା। ଧକ୍କା ଏତେ ଜୋରଦାର ଥିଲା ଯେ ୫ ଜଣ କାଉଡିଆଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିଲା। ଅନ୍ୟ ୧୩ ଜଣଙ୍କର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିଲା।

ଏଥିରେ ବସ୍ ଡ୍ରାଇଭରଙ୍କର ମଧ୍ୟ ମୃତ୍ୟୁ ହୋଇଛି। ପ୍ରାୟ ୧୨ରୁ ଅଧିକ କାଉଡିଆ ଆହତ ହୋଇଛନ୍ତି। ସୂଚନା ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଆହତଙ୍କୁ ଆମ୍ବୁଲାନ୍ସ ମାଧ୍ୟମରେ ମୋହନପୁର ସିଏଚସିକୁ ପଠାଇଥିଲେ। ସେମାନଙ୍କ ମଧ୍ୟରୁ କେତେକଙ୍କ ଅବସ୍ଥା ଗୁରୁତର ରହିଛି। ଏହି ଦୁର୍ଘଟଣା ମଙ୍ଗଳବାର ସକାଳ ୫ରୁ ୬ଟା ମଧ୍ୟରେ ଘଟିଛି। ଅନ୍ୟପଟେ ମୃତକଙ୍କ ମୃତଦେହ ପୋଷ୍ଟମର୍ଟମ ପାଇଁ ମଧ୍ୟ ପଠାଯାଇଛି। ଦୁର୍ଘଟଣାରେ କାଉଡିଆ ଭର୍ତ୍ତି ବସ୍ ଟି ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଛି।

Leave A Reply

Your email address will not be published.