ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ହିଡେନ୍ କ୍ୟାମେରା ନେଇ ଶ୍ରୀମନ୍ଦିରକୁ ପ୍ରବେଶ କରି ଯୁବକ ଅଟକ

0

ପୁରୀ: ପୁଣି ଶ୍ରୀମନ୍ଦିର ସୁରକ୍ଷା ଉପରେ ଉଠିଲା ପ୍ରଶ୍ନ। ହିଡେନ୍ କ୍ୟାମେରା ନେଇ ଶ୍ରୀମନ୍ଦିରକୁ ପ୍ରବେଶ କରି ଧରାପଡିଛନ୍ତି ଯୁବକ। ଚଷମାରେ ହିଡେନ୍‌ କ୍ୟାମେରା ଲେନ୍ସ ଲଗାଇ ଯାଇଥିଲେ ଯୁବକ। ବେହରଣ ଦ୍ବାର ନିକଟରେ ସନ୍ଦେହ ହେବାରୁ ଯୁବକଙ୍କୁ ଧରିଛି ପୋଲିସ। ଯୁବକ ଜଣକ ପୁରୀ ଗଜପତି ନଗରର ହୋଇଥିବା ସୂଚନା।

ପୋଲିସର ସୂଚନା ଅନୁଯାୟୀ, ଯୁବକ ଜଣଙ୍କ ନିଜ ଚଷମାରେ ଲେନ୍ସ ଲଗାଇ ଶ୍ରୀମନ୍ଦିରର ଭିତର ଭିଜୁଆଲ ଉତ୍ତୋଳନ କରୁଥିଲା। ଚଷମାରେ ଲାଗିଥିବା ଲେନ୍ସରୁ ଫୋଟୋ ଭିଡିଓ ଗୁଡ଼ିକ ସିଧାସଳଖ ମୋବାଇଲକୁ ଟ୍ରାନ୍ସଫର ହେଉଥିଲା। ବେହରଣ ଦ୍ଵାର ନିକଟରେ ଯୁବକଙ୍କ ଗତିବିଧି ଉପରେ ସନ୍ଦେହ କରି ପୋଲିସ ତାଙ୍କୁ ଧରି ସିଂହଦ୍ୱାର ଥାନାର କଣ୍ଟ୍ରୋଲ ରୁମରେ ଜିମା ଦେଇଛନ୍ତି। ପୋଲିସ ଏହି ଘଟଣାର ଅଧିକ ତଦନ୍ତ ଆରମ୍ଭ କରିଛି। ଯୁବକ ଜଣକ କେଉଁ ଉଦ୍ଦେଶ୍ୟରେ ଏପରି କାଣ୍ଡ ଘଟାଇଲେ ସେନେଇ ପଚରା ଉଚରା ସହ ଘୋଳତାଡ ଆରମ୍ଭ କରିଛି ପୋଲିସ। ଏହି ଖବର ପ୍ରସାରିତ ହେବା ପରେ ଜଗନ୍ନାଥପ୍ରେମୀ ମାନଙ୍କ ମନରେ କ୍ଷୋଭ ପ୍ରକାଶ ପାଇଛି।

ଅନ୍ୟପଟେ, ଆଉ ଏକ ଘଟଣା ସାମ୍ନାକୁ ଆସିଛି। ଶ୍ରୀମନ୍ଦିରରେ ଫଟୋ ଓ ଭିଡିଓକୁ ନେଇ ରହିଥିବା ଆଇନକୁ ନିଜେ ଉଲ୍ଲଂଘନ କରିଛି ଏଏସଆଇ। ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି ମଣତିକୁ ନେଇ ଚର୍ଚ୍ଚା ଲାଗି ରହିଥିବା ବେଳେ ଭାରତୀୟ ପ୍ରତ୍ନତତ୍ତ୍ବ ସର୍ବେକ୍ଷଣ ସଂସ୍ଥା ବା ଏଏସଆଇ ଫଟୋ ପୋଷ୍ଟ କରିଥିଲା। ରତ୍ନଭଣ୍ଡାର ନୂତନ ଜୀବନ ପାଇଲା ବୋଲି କିଛି ଫଟୋକୁ ସୋସିଆଲ ଏକ୍ସରେ ପୋଷ୍ଟ କରି ହଟହଟା ହୋଇଛି ଏଏସଆଇ। ଫଟୋ ପୋଷ୍ଟକୁ ବୁଦ୍ଧିଜୀବୀମାନେ ନାପସନ୍ଦ କରିବାରୁ ବିଳମ୍ବିତ ରାତିରେ ଫଟୋ ଗୁଡ଼ିକୁ ଡିଲିଟ୍ କରିଦେଇଛନ୍ତି ଏଏସ୍‌ଆଇ କର୍ତ୍ତୃପକ୍ଷ।

Leave A Reply

Your email address will not be published.