ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ୬ ଜଣ ଡାଟା ଏଣ୍ଟ୍ରି ଅପେରଟର ଗିରଫ

0

ଭୁବନେଶ୍ବର: ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଆସିଛି ବଡ଼ ଖବର। ସ୍ପେସିଆଲ ଓଟିଇଟି ପ୍ରଶ୍ନପତ୍ର ଭାଇରାଲ ଘଟଣାରେ ବଡ଼ ସଫଳତା । ପ୍ରଶ୍ନପତ୍ର ଭାଇରାଲ ଘଟଣାରେ ୬ ଜଣ ଡାଟା ଏଣ୍ଟ୍ରି ଅପେରଟର ଗିରଫ। ଗିରଫ ହୋଇଥିବା ସମସ୍ତ ବୋର୍ଡର କର୍ମଚାରୀ। ୨ ଲକ୍ଷରୁ ଊର୍ଦ୍ଧ୍ବ ଟଙ୍କା ନେଇ ପ୍ରଶ୍ନପତ୍ର ଭାଇରଲ କରିଥିଲେ ଏମାନେ। ଆଜି କ୍ରାଇମବ୍ରାଞ୍ଚ ଡିଜି ବିନାୟତୋଷ ମିଶ୍ର ସାମ୍ବାଦିକ ସମ୍ମିଳନୀ ଜରିଆରେ ସୂଚନା ଦେଇଛନ୍ତି।
ମାଧ୍ୟମିକ ଶିକ୍ଷା ପରିଷଦର ଜଣେ ଡାଟା ଏଣ୍ଟ୍ରି ଅପରେଟର କିଙ୍ଗପିନ୍‌ ହୋଇଥିବା ବେଳେ ଘଟଣାରେ ୬ ଜଣଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ। ଗିରଫଦାରୀ ମଧ୍ୟରେ ରହିଛନ୍ତି ଶିକ୍ଷକ ଓ ପେଷାଦାର ଭାଇରଲକାରୀ। ସାମ୍ବାଦିକ ସମିଳନୀ କରି ଏହି ସୂଚନା ଦେଇଛନ୍ତି କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର। ଗିରଫ ୬ ଅଭିଯୁକ୍ତ ହେଲେ ଜିତନ ମହାରଣା, ବିଜୟ କୁମାର ମିଶ୍ର, ସନାତନ ବିଶୋଇ, ରାମଜୀ ପ୍ରସାଦ ଗୁପ୍ତା, ଅଜୟ କୁମାର ସାହୁ ଓ ଜୟନ୍ତ କୁମାର ରାଉତ।

ମୁଖ୍ୟ ଅଭିଯୁକ୍ତ ଜିତନ ମହାରଣା ହିଁ ପ୍ରଶ୍ନପତ୍ର ଭାଇରାଲ କରିଥିଲେ। ଏଥିରେ ମନିଟ୍ରେଲ ମଧ୍ୟ ହୋଇଛି ହୋଇଛି ବୋଲି କ୍ରାଇମବ୍ରାଞ୍ଚ ଡିଜି କହିଛନ୍ତି । ଜିତନ ମହାରଣା ପତ୍ନୀଙ୍କ ଆକାଉଣ୍ଟକୁ ଆସିଥିଲା ୨ ଲକ୍ଷ ୪୦ ହଜାର ଟଙ୍କା। ଏପରିକି ପର୍ଯ୍ୟାପ୍ତ ପରିମାଣର କ୍ୟାସ କାରବାର ହୋଇଥିବା ନେଇ କ୍ରାଇମବ୍ରାଞ୍ଚ ଅନୁମାନ କରୁଛି ବୋଲି କ୍ରାଇମବ୍ରାଞ୍ଚ ଡିଜି କହିଛନ୍ତି।

Leave A Reply

Your email address will not be published.