ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ନଦୀକୁ ଖସିଲା ସୁରକ୍ଷା କର୍ମୀଙ୍କୁ ନେଇ ଯାଉଥିବା ବସ୍‌

0

ଜମ୍ମୁ କାଶ୍ମୀର: ଜମ୍ମୁ କାଶ୍ମୀରରେ ବଡ଼ ବସ ଦୁର୍ଘଟଣା। ଜମ୍ମୁ ଓ କଶ୍ମୀରର ଗାଣ୍ଡେରବଲ ଜିଲାରେ ସୁରକ୍ଷା କର୍ମୀଙ୍କୁ ନେଇ ଯାଉଥିବା ଏକ ବସ ନଦୀକୁ ଖସିପଡ଼ିଛି। ଅଧିକାରୀମାନେ ସୂଚନା ଦେଇଛନ୍ତି ଯେ, ପ୍ରବଳ ବର୍ଷା ମଧ୍ୟରେ ଗାଣ୍ଡେରବଲ ଜିଲାର କୁଲାନରେ ଇଣ୍ଡୋ-ତିବ୍ଦତୀୟ ସୀମା ପୋଲିସ (ଆଇଟିବିପି) କର୍ମଚାରୀଙ୍କୁ ନେଇ ଯାଉଥିବା ଏକ ବସ ସିନ୍ଧ ନଦୀକୁ ଖସିପଡ଼ିଛି। ବସ୍‌ରେ ଥିବା ସୈନିକଙ୍କ ପାଇଁ ସନ୍ଧାନ ଏବଂ ଉଦ୍ଧାର କାର୍ଯ୍ୟ ଆରମ୍ଭ କରାଯାଇଛି।

ଘଟଣା ସ୍ଥଳରେ ଷ୍ଟେଟ୍ ଡିଜାଷ୍ଟର ରେସପନ୍ସ ଫୋର୍ସ ପହଞ୍ଚି ରେସ୍କ୍ୟୁ ଅପରେସନ ଚଳାଇଛନ୍ତି। ତେବେ ଏହି ଦୁର୍ଘଟଣାରେ ମୃତାହତ ନେଇ ସ୍ପଷ୍ଟ ସୂଚନା ଆସିନାହିଁ। ତେବେ ଆଇଟିବିପି ଯବାନଙ୍କ ଅନେକ ଅସ୍ତ୍ରଶସ୍ତ୍ର ନଦୀ ପାଣିରେ ଭାସିଯାଇଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ କୁହାଯାଇଛି।

Leave A Reply

Your email address will not be published.