ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ସରକାରୀ ଅଫିସ୍‌ରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ମନା

0

ଭୁବନେଶ୍ବର: ପରିବେଶ ସୁରକ୍ଷା ଓ ପ୍ଲାଷ୍ଟିକ ଦୂଷଣ ରୋକିବା ପାଇଁ ଓଡ଼ିଶା ସରକାର ସରକାରୀ ଅଫିସ୍‌ଗୁଡ଼ିକରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ଉପରେ କଡ଼ା କଟକଣା ଲଗାଇଛନ୍ତି। ଏହି ସଂପର୍କରେ ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସତ୍ୟବ୍ରତ ସାହୁ ରାଜ୍ୟର ସମସ୍ତ ବିଭାଗୀୟ ସଚିବଙ୍କୁ ଏକ ଚିଠି ଜାରି କରି ନିର୍ଦ୍ଦେଶ ଦେଇଛନ୍ତି।

ଚିଠି ଅନୁସାରେ, ସରକାରୀ ବୈଠକ, ସଭା, ସମିତି ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ଜାତୀୟ ସାମଗ୍ରୀ ଯଥା ପ୍ଲାଷ୍ଟିକ ଜରି ଲାଗିଥିବା ଫୁଲତୋଡ଼ା, ପ୍ଲାଷ୍ଟିକ ଉପହାର, ଖାଦ୍ୟ ପୁଡ଼ିଆ, ପ୍ଲେଟ୍‌ ଆଦି ବ୍ୟବହାର ଉପରେ ସମ୍ପୂର୍ଣ୍ଣ ନିଷେଧାଦେଶ ଜାରି କରାଯାଇଛି। ଏହା ସହିତ, ସରକାରୀ ଅଫିସ୍‌ଗୁଡ଼ିକରେ ପ୍ଲାଷ୍ଟିକ ବୋତଲ ବ୍ୟବହାର ବନ୍ଦ କରି ବିକଳ୍ପ ଭାବେ କାଚ, ଷ୍ଟିଲ କିମ୍ବା ଅନ୍ୟ ପରିବେଶ ଅନୁକୂଳ ସାମଗ୍ରୀ ବ୍ୟବହାର କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଏହି ନିଷ୍ପତ୍ତି ରାଜ୍ୟରେ ପ୍ଲାଷ୍ଟିକ ଦୂଷଣ ହ୍ରାସ କରିବା ଏବଂ ପରିବେଶ ସୁରକ୍ଷାକୁ ପ୍ରୋତ୍ସାହନ ଦେବା ଲକ୍ଷ୍ୟରେ ନିଆଯାଇଛି। ଓଡ଼ିଶା ସରକାର ପୂର୍ବରୁ ମଧ୍ୟ ୨୦୧୮ରେ ସହରାଞ୍ଚଳରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ଉପରେ କଟକଣା ଲଗାଇଥିଲେ, ଏବଂ ଏବେ ଏହି ନିର୍ଦ୍ଦେଶ ସରକାରୀ ଅଫିସ୍‌ଗୁଡ଼ିକରେ କଡ଼ାକଡ଼ି ପାଳନ ପାଇଁ ଜୋର ଦିଆଯାଇଛି।

Leave A Reply

Your email address will not be published.