ପ୍ରମୁଖ ଖବର

ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍‌
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍‌ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍‌ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍‌ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଯନ୍ତ୍ରୀଙ୍କୁ ପାଣି ବଦଳରେ ପରିସ୍ରା ପିଆଇଦେଲେ ପିଅନ

0

ଗଜପତି: ଜଣେ ପିଅନ ନିଜର ବରିଷ୍ଠ ଅଧିକାରୀଙ୍କୁ ପାଣି ବଦଳରେ ପରିସ୍ରା ପିଆଇ ଦେଇଥିବା ଭଳି ସାଙ୍ଘାତିକ ଅଭିଯୋଗ ଆସିଛି। ଏଭଳି ଲଜ୍ଜାଜନକ ଏବଂ ଅମାନବୀୟ ଘଟଣା ଘଟିଛି ଗଜପତି ଜିଲ୍ଲା ଆର୍. ଉଦୟଗିରି ସ୍ଥିତ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ (RWSS) ବିଭାଗରୁ ଆସିଛି।

ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ଗୁରୁପ୍ରସାଦ ପଟ୍ଟନାୟକ ଏନେଇ ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୂରା ଘଟଣା ସାମ୍ନାକୁ ଆସିଛି । ଆର୍. ଉଦୟଗିରି ଥାନାରେ ଯନ୍ତ୍ରୀଙ୍କ ଅଭିଯୋଗ ପରେ ତଦନ୍ତ ଆରମ୍ଭ ହୋଇଛି। ଗତ ୨୩ ତାରିଖ ରାତିରେ ପିଅନ ପାଣି ବଦଳରେ ପରିସ୍ରା ଦେଇଥିବା ଅଭିଯୋଗ ହୋଇଛି। ଯନ୍ତ୍ରୀ ଜଣକ ଜାଣି ନ ପାରି ପରିସ୍ରା ପିଇ ଦେବାରୁ ଅସୁସ୍ଥ ହୋଇପଡ଼ିଥିଲେ। ବ୍ରହ୍ମପୁର ମେଡିକାଲରେ ଚିକିତ୍ସିତ ପରେ ଥାନାରେ ଯନ୍ତ୍ରୀ ଅଭିଯୋଗ କରିଥିଲେ। ଜଣେ ପିଅନ ନିଜର ବରିଷ୍ଠ ଅଧିକାରୀଙ୍କୁ ପାଣି ବଦଳରେ ପରିସ୍ରା ପିଆଇ ଦେଇଥିବା ଭଳି ସାଙ୍ଘାତିକ ଅଭିଯୋଗ ଆସିଛି। ଏଭଳି ଲଜ୍ଜାଜନକ ଏବଂ ଅମାନବୀୟ ଘଟଣା ଗଜପତି ଜିଲ୍ଲା ଆର୍. ଉଦୟଗିରି ସ୍ଥିତ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ (RWSS) ବିଭାଗରୁ ଆସିଛି।

Leave A Reply

Your email address will not be published.