ପ୍ରମୁଖ ଖବର

MKCG ନର୍ସିଂ ହଷ୍ଟେଲରେ ଅଗ୍ନିକାଣ୍ଡ, ଗ୍ୟାସ୍‌ ଲିକ୍‌ରୁ ନିଆଁ ଲାଗିଥିବା ସୂଚନା
୪୧ ଲକ୍ଷରୁ ଅଧିକ ଚାଷୀଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ-କିଷାନ ଯୋଜନାର ପଞ୍ଚମ କିସ୍ତି
ନୟାଗଡ଼ରେ ଭୟଙ୍କର ବସ୍‌ ଦୁର୍ଘଟଣା: ଗଛରେ ପିଟିହେଲା ବସ୍‌, ଚାଳକ ମୃତ
ପାଟନାରେ ବନ୍ୟା ବିଭୀଷିକା: ଘରେ ପଶିଲା ପାଣି, ରାସ୍ତାଘାଟ ଜଳମଗ୍ନ
ଅଗ୍ନି ନିରାପତ୍ତା ଉଲ୍ଲଂଘନ ଉପରେ କଡ଼ା ନଜର
ଟ୍ରାଫିକ ନିୟମ ଭାଙ୍ଗିଲେ ଡିଏଲରୁ କଟିବ ପଏଣ୍ଟ, ବାତିଲ ହୋଇପାରେ ଲାଇସେନ୍ସ

ଯନ୍ତ୍ରୀଙ୍କୁ ପାଣି ବଦଳରେ ପରିସ୍ରା ପିଆଇଦେଲେ ପିଅନ

0

ଗଜପତି: ଜଣେ ପିଅନ ନିଜର ବରିଷ୍ଠ ଅଧିକାରୀଙ୍କୁ ପାଣି ବଦଳରେ ପରିସ୍ରା ପିଆଇ ଦେଇଥିବା ଭଳି ସାଙ୍ଘାତିକ ଅଭିଯୋଗ ଆସିଛି। ଏଭଳି ଲଜ୍ଜାଜନକ ଏବଂ ଅମାନବୀୟ ଘଟଣା ଘଟିଛି ଗଜପତି ଜିଲ୍ଲା ଆର୍. ଉଦୟଗିରି ସ୍ଥିତ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ (RWSS) ବିଭାଗରୁ ଆସିଛି।

ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ଗୁରୁପ୍ରସାଦ ପଟ୍ଟନାୟକ ଏନେଇ ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୂରା ଘଟଣା ସାମ୍ନାକୁ ଆସିଛି । ଆର୍. ଉଦୟଗିରି ଥାନାରେ ଯନ୍ତ୍ରୀଙ୍କ ଅଭିଯୋଗ ପରେ ତଦନ୍ତ ଆରମ୍ଭ ହୋଇଛି। ଗତ ୨୩ ତାରିଖ ରାତିରେ ପିଅନ ପାଣି ବଦଳରେ ପରିସ୍ରା ଦେଇଥିବା ଅଭିଯୋଗ ହୋଇଛି। ଯନ୍ତ୍ରୀ ଜଣକ ଜାଣି ନ ପାରି ପରିସ୍ରା ପିଇ ଦେବାରୁ ଅସୁସ୍ଥ ହୋଇପଡ଼ିଥିଲେ। ବ୍ରହ୍ମପୁର ମେଡିକାଲରେ ଚିକିତ୍ସିତ ପରେ ଥାନାରେ ଯନ୍ତ୍ରୀ ଅଭିଯୋଗ କରିଥିଲେ। ଜଣେ ପିଅନ ନିଜର ବରିଷ୍ଠ ଅଧିକାରୀଙ୍କୁ ପାଣି ବଦଳରେ ପରିସ୍ରା ପିଆଇ ଦେଇଥିବା ଭଳି ସାଙ୍ଘାତିକ ଅଭିଯୋଗ ଆସିଛି। ଏଭଳି ଲଜ୍ଜାଜନକ ଏବଂ ଅମାନବୀୟ ଘଟଣା ଗଜପତି ଜିଲ୍ଲା ଆର୍. ଉଦୟଗିରି ସ୍ଥିତ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ (RWSS) ବିଭାଗରୁ ଆସିଛି।

Leave A Reply

Your email address will not be published.