ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ଆଉ ୨ ଜଣଙ୍କୁ ବାନ୍ଧିଲା କ୍ରାଇମବ୍ରାଞ୍ଚ

0

ଭୁବନେଶ୍ବର: ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ଆଉ ୨ ଜଣଙ୍କୁ ବାନ୍ଧିଲା କ୍ରାଇମବ୍ରାଞ୍ଚ। ଗିରଫଦାରୀ ସଂଖ୍ୟା ୮ରେ ପହଞ୍ଚିଛି। ଗିରଫ ଦୁଇଜଣ କୋରାପୁଟ ଓ କଳାହାଣ୍ଡିର ଶିକ୍ଷକ ବୋଲି ଜଣାପଡିଛି। ଏହି ଘଟଣାରେ ଶିକ୍ଷକଙ୍କ ସଂପୃକ୍ତି ରହିଛି। ପ୍ରେସମିଟରେ କ୍ରାଇମବ୍ରାଞ୍ଚ DIG ବି. ଗଙ୍ଗାଧରଙ୍କ ସୂଚନା। କାହିଁକି ପ୍ରଶ୍ନପତ୍ର ଲିକ୍‌ ହେଲା, ତା’ର ତଦନ୍ତ ଚାଲିଛି। ବୋର୍ଡ ଅଫିସ୍ କର୍ମଚାରୀଙ୍କୁ ପଚରାଉଚରା କରାଯାଇଛି।

୮ ଗିରଫ ପରେ ଆଉ କିଏ ରହିଛନ୍ତି, ତଦନ୍ତ ଜାରି ରହିଛି। ଲାପଟପ୍ ପାସଓ୍ୱାର୍ଡ କେମିତି ମିଳିଲା ତଦନ୍ତ ଚାଲିଛି। କାହା କାହା ପାଖକୁ ପ୍ରଶ୍ନପତ୍ର ଯାଇଛି, ଲିଙ୍କ୍ ଖୋଜା ଚାଲିଛି। ସମସ୍ତଙ୍କୁ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ହେବ ବୋଲି କୁହାଯାଇଛି। ମାଧ୍ୟମିକ ଶିକ୍ଷା ପରିଷଦର ଜଣେ ଡାଟା ଏଣ୍ଟ୍ରି ଅପରେଟର କିଙ୍ଗପିନ ହୋଇଥିବା ବେଳେ ଘଟଣାରେ ଗତ ୩୦ ତାରିଖରେ ୬ ଜଣଙ୍କୁ ଗିରଫ କରିଥିଲା କ୍ରାଇମବ୍ରାଞ୍ଚ।

ଗିରଫଦାରୀ ମଧ୍ୟରେ ଶିକ୍ଷକ ଓ ପେଷାଦାର ଭାଇରଲକାରୀ ମଧ୍ୟ ଥିଲେ। ପୂର୍ବରୁ ଗିରଫ ହୋଇଛନ୍ତି ଜିତନ ମହାରଣା, ବିଜୟ କୁମାର ମିଶ୍ର, ସନାତନ ବିଶୋଇ, ରାମଜୀ ପ୍ରସାଦ ଗୁପ୍ତା, ଅଜୟ କୁମାର ସାହୁ ଓ ଜୟନ୍ତ କୁମାର ରାଉତ। ମୁଖ୍ୟ ଅଭିଯୁକ୍ତ ଜିତନ ମହାରଣା ହିଁ ପ୍ରଶ୍ନ ପତ୍ର ଭାଇରାଲ କରିଥିଲେ। ଏଥିରେ ମନିଟ୍ରେଲ ମଧ୍ୟ ହୋଇଛି ବୋଲି କ୍ରାଇମବ୍ରାଞ୍ଚ ଡିଜି କହିଛନ୍ତି । ଜିତନ ମହାରଣା ପତ୍ନୀଙ୍କ ଆକାଉଣ୍ଟକୁ ଆସିଥିଲା ୨ ଲକ୍ଷ ୫୦ ହଜାର ଟଙ୍କା। ଏପରିକି ପର୍ଯ୍ୟାପ୍ତ ପରିମାଣର କ୍ୟାସ କାରବାର ହୋଇଥିବା ନେଇ କ୍ରାଇମବ୍ରାଞ୍ଚ ଅନୁମାନ କରୁଛି ବୋଲି କ୍ରାଇମବ୍ରାଞ୍ଚ ଡିଜି ସୂଚନା ଦେଇଥିଲେ।

ରାଜ୍ୟ ବ୍ୟାପି ଏହି ପ୍ରଶ୍ନପତ୍ର ଭାଇରାଲ ହୋଇଥିଲା ଏବଂ ବୋର୍ଡ ଅଫିସର ଉପସଭାପତି ନିହାର ମହାନ୍ତିଙ୍କ ଲ୍ୟାପଟପରୁ ଏହି ପ୍ରଶ୍ନପତ୍ର ଚୋରି ହୋଇଥିଲା ବୋଲି କ୍ରାଇମବ୍ରାଞ୍ଚ ଡିଜି ସୂଚନା ଦେଇଥିଲେ। ଗତ ୨୦ତାରିଖରେ ସ୍ପେଶାଲ ଓଟିଇଟି ପରୀକ୍ଷା ହେବାର ଥିଲା। ଏହାପୂର୍ବରୁ ଗତ ୧୯ ତାରିଖ ରାତିରେ ଭାଇରାଲ ହୋଇଥିଲା ପ୍ରଶ୍ନପତ୍ର। ଫଳରେ ପରୀକ୍ଷାକୁ ବାତିଲ କରାଯାଇଥିଲା। ପ୍ରଶ୍ନପତ୍ର ଲିକ୍ ଘଟଣାରେ କ୍ରାଇମବ୍ରାଞ୍ଚ ନିକଟରେ ବୋର୍ଡର ପ୍ରଶାସନିକ ଅଧିକାରୀ ବୁଲବୁଲ ବେହେରା ଅଭିଯୋଗ କରିଥିଲେ।

Leave A Reply

Your email address will not be published.