ପ୍ରମୁଖ ଖବର

ରାଜ୍ୟପାଳଙ୍କ ପୋଲିସ୍ ଏଡିସି ହେଲେ ଆଇପିଏସ୍ ଅନୁଗୁ ଶିବା ମାରୁତି ରେଡ୍ଡୀ
ଶ୍ରୀମନ୍ଦିରରେ ୪ ମାସ ଭିତରେ ହେବ ଧାଡ଼ି ଦର୍ଶନ ବ୍ୟବସ୍ଥା : ଆଇନ ମନ୍ତ୍ରୀ
କଲୁଙ୍ଗା ରଙ୍ଗ କାରଖାନାରେ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ
ରାସ୍ତାକୁ ଆସିଲେ ଗୃହବନ୍ଦୀ କରିବାକୁ ଧମକ ଦେଉଛନ୍ତି ଶୁଭେନ୍ଦୁ : ମମତା
ସେପ୍ଟେମ୍ବର ୨୨ରୁ ବିଧାନସଭା ମୌସୁମୀ ଅଧିବେଶନ
ସୌରିନ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ, ଅନ୍ତରୀଣ ସୁରକ୍ଷା ହଟାଇଲେ ହାଇକୋର୍ଟ
ଆଉ ଅଧିକ ଦାୟିତ୍ୱ ନେଇପାରିବିନି’,- ଗଡ଼କରୀଙ୍କ ବୟାନ ପରେ ଅବସର ଚର୍ଚ୍ଚା
ଆମେରିକାର ଆର୍ଥିକ ଚାପର ଜବାବ, ହର୍ମୁଜରେ ଜାହାଜଠାରୁ ଶୁଳ୍କ ନେବ ଇରାନ

ମହିଳା ଥାନାରେ ହାଜର ହେଲେ ଓଏଏସ ସାର୍ଥକ ସୌରଭ

0

ଭୁବନେଶ୍ବର: ଆଜି ମହିଳା ଥାନାରେ ହାଜର ହୋଇଛନ୍ତି ଓଏଏସ୍‍ ସାର୍ଥକ ସୌରଭ ମହାପାତ୍ର। ପତ୍ନୀ ଅର୍ଚ୍ଚନା ଦାସଙ୍କ ଅଭିଯୋଗ ପରେ ଥାନାରେ ହାଜର ହୋଇଛନ୍ତି ସାର୍ଥକ। ମହିଳା ଥାନାରୁ ବାହାରିବା ପରେ ମୁହଁ ଖୋଲିଲେ ସାର୍ଥକ। ସେ ତାଙ୍କ ସ୍ତ୍ରୀ ଅର୍ଚ୍ଚନା ଦାସଙ୍କ ସମସ୍ତ ଅଭିଯୋଗକୁ ଖଣ୍ଡନ କରିଛନ୍ତି। ସେ କହିଛନ୍ତି, ଅର୍ଚ୍ଚନା ଯାହା ଅଭିଯୋଗ ଆଣିଛନ୍ତି ତାହା ସମ୍ପୂର୍ଣ୍ଣ ମିଥ୍ୟା। ଛୁଆ ଜନ୍ମବେଳେ ହସ୍ପିଟାଲରେ ୩ ଦିନ ରହି ସବୁ ସେବା କରିଛି। ସ୍ୱାମୀଙ୍କ ବିରୋଧରେ ସାଘାଂତିକ ଅଭିଯୋଗ ଆଣିଛନ୍ତି ପତ୍ନୀ। ଓସ୍‍ଡମାରେ ଡିଜିଏମ୍‍ ଭାବେ କାର୍ଯ୍ୟରତ ଓଏଏସ୍‍ ସାର୍ଥକ ସୌରଭ ମହାପାତ୍ର ତାଙ୍କ ପତ୍ନୀ ଓ ନବଜାତ ପିଲା ପ୍ରତି ନିଷ୍ଠୁରତା ଓ ମାନସିକ ନିର୍ଯାତନା ଦେବା ସହ ଉଭୟଙ୍କୁ ହସ୍ପିଟାଲରୁ ଛାଡି ପଳାଇବା ଅଭିଯୋଗ ହୋଇଥିଲା।

ସେ ଆହୁରି କହିଛନ୍ତି, ମୋ ବ୍ୟତୀତ ମୋ ମା’ର କେହି ନାହାନ୍ତି। ମୋ ମା’, ଭଉଣୀଙ୍କୁ ସପୋର୍ଟ ଦରକାର। ସ୍ତ୍ରୀ କେବେ ସପୋର୍ଟ ଦେଉ ନ ଥିଲେ। ମା’ଙ୍କୁ ମୁଁ ସମୟ ଦେଲେ ଯେମିତି ଅପରାଧ କରିଦେଲି। ଭାବିଥିଲି ଛୁଆ ହେଲେ ସବୁ ସ୍ବାଭାବିକ ହୋଇଯିବ ବୋଲି । ହେଲେ ବେଙ୍ଗାଲୁରୁର ସଫ୍ଟଓ୍ବେୟାର ଇଞ୍ଜିନିୟର ଅତୁଲ ସୁଭାଷ ମୁଁ ନୁହଁ। ଶେଷ ପର୍ଯ୍ୟନ୍ତ ଲଢ଼େଇ କରିବି। କୋର୍ଟ ଏବଂ ଜଗନ୍ନାଥଙ୍କ ଉପରେ ଭରସା ଅଛି। ମୋତେ ନିଶ୍ଚୟ ନ୍ୟାୟ ମିଳିବ।

ଅଭିଯୋଗକାରିଣୀ ଅର୍ଚ୍ଚନା ଦାସ ପଞ୍ଚାୟତିରାଜ ଏବଂ ପାନୀୟ ଜଳ ବିଭାଗରେ ସହକାରୀ ନିର୍ବାହୀ ଯନ୍ତ୍ରୀ ଭାବରେ କାର୍ଯ୍ୟରତ ଅଛନ୍ତି। ଶାଶୁ ଓ ନଣନ୍ଦଙ୍କ ନାଁରେ ମଧ୍ୟ ନିର୍ଯାତନା ଅଭିଯୋଗ ଆଣିଛନ୍ତି ଅର୍ଚ୍ଚନା। ଅଭିଯୋଗରେ ମାନସିକ ନିର୍ଯାତନା ସହ ଗାଳିଗୁଲଜ ଓ ଅବହେଳା ଭଳି ଅଭିଯୋଗ କରିଛନ୍ତି। ଅଭିଯୋଗ ପାତ୍ରରେ ଦର୍ଶାଯାଇଛି ଯେ, ୨୦୨୪ ମସିହା ଫେବ୍ରୁଆରି ମାସରେ ବୈଦିକ ରୀତିନୀତିରେ ସାର୍ଥକ ସୌରଭଙ୍କ ସହ ଅର୍ଚ୍ଚନାଙ୍କର ବିବାହ ହୋଇଥିଲା। ତେବେ ଏହି ବିବାହ ପରେ ଅର୍ଚ୍ଚନାଙ୍କୁ ସୌରଭଙ୍କ ପରିବାର ତରଫରୁ ମାନସିକ ନିର୍ଯାତନା ଦିଆଯାଉଥିଲା। ପୁଅ ଜନ୍ମ ପରେ ହସ୍ପିଟାଲ ବେଡରେ ସେମାନଙ୍କୁ ଛାଡ଼ି ପଳାଇଥିବା ଅଭିଯୋଗ କରିଥିଲେ ପତ୍ନୀ। ଏନେଇ ସେ ଭୁବନେଶ୍ବର ମହିଳା ଥାନାର ଦ୍ୱାରସ୍ଥ ହୋଇଥିଲେ।

Leave A Reply

Your email address will not be published.