ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ରତ୍ନଭଣ୍ଡାର ଗଣତିମଣତି କରିବେ ଆରବିଆଇ ଏକ୍ସପର୍ଟ : ଆଇନମନ୍ତ୍ରୀ

0

ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାରର ଗଣତିମଣତି ନେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ୨ ଜଣ ଏକ୍ସପର୍ଟ ଦେବା ପାଇଁ ଆରବିଆଇକୁ ଚିଠି ଲେଖିଛନ୍ତି ସରକାର। ଆରବିଆଇ ୨ ଜଣ ଏକ୍ସପର୍ଟଙ୍କ ନାଁ ମଧ୍ୟ ଦେଇଛନ୍ତି। ଖୁବଶୀଘ୍ର ଶ୍ରୀମନ୍ଦିର ପରିଚାଳନା କମିଟି ଗଠନ ହେବ। କମିଟି ଅନୁମତିରେ ରତ୍ନ ସବୁ ଭିତର ରତ୍ନଭଣ୍ଡାରକୁ ସ୍ଥାନାନ୍ତର କରାଯିବ।

ସେ ପ୍ରକ୍ରିୟା ସରିବା ପରେ ଆରବିଆଇ ଅଧିକାରୀଙ୍କୁ ତାରିଖ ଜଣାଯିବ। ଏହାପରେ ଏକ୍ସପର୍ଟ ଆସି ଗଣତିମଣତି କରିବେ ବୋଲି କହିଛନ୍ତି ଆଇନ୍ ମନ୍ତ୍ରୀ। ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି, ମହାପ୍ରଭୁଙ୍କ ରତ୍ନଭଣ୍ଡାର ଗଣତିମଣତି ନେଇ ଆରବିଆଇ ଦୁଇ ଜଣ ବିଶେଷଜ୍ଞଙ୍କୁ ମନୋନୀତ କରି ଆମକୁ ଜଣାଇଛନ୍ତି। ପରବର୍ତ୍ତୀ ପଦକ୍ଷେପ ସ୍ୱରୂପ ଆମେ ଖୁବ କମ ଦିନ ମଧ୍ୟରେ ପରିଚାଳନା କମିଟି ଗଠନ କରିଦେବୁ। ପରିଚଳନା କମିଟିର ଅନୁମତି କ୍ରମେ ଉଚ୍ଚସ୍ତରୀୟ କମିଟି ରତ୍ନଗୁଡ଼ିକୁ ଭିତର ରତ୍ନଭଣ୍ଡାରକୁ ସ୍ଥାନାନ୍ତରିତ କରିବେ। ତାହା ପରେ ତାରିଖ ନିର୍ଦ୍ଧାରଣ କରି ଆରବିଆଇର ଦୁଇ ଜଣ ସଦସ୍ୟଙ୍କ ଉପସ୍ଥିତିରେ ଗଣତିମଣତି ହେବ।

ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଆହୁରି କହିଛନ୍ତି, ପରବର୍ତ୍ତୀ ପଦକ୍ଷେପ ସ୍ୱରୂପ ଆମେ ଖୁବ କମ ଦିନ ମଧ୍ୟରେ ପରିଚାଳନା କମିଟି ଗଠନ କରିଦେବୁ। ପରିଚଳନା କମିଟିର ଅନୁମତି କ୍ରମେ ଉଚ୍ଚସ୍ତରୀୟ କମିଟି ରତ୍ନଗୁଡ଼ିକୁ ଭିତର ରତ୍ନଭଣ୍ଡାରକୁ ସ୍ଥାନାନ୍ତରିତ କରିବେ। ତାହା ପରେ ତାରିଖ ନିର୍ଦ୍ଧାରଣ କରି ଆରବିଆଇର ଦୁଇ ଜଣ ସଦସ୍ୟଙ୍କ ଉପସ୍ଥିତିରେ ଗଣତିମଣତି ହେବ।

Leave A Reply

Your email address will not be published.