ପ୍ରମୁଖ ଖବର

ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍‌
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍‌ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍‌ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍‌ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଅଗଷ୍ଟ ୩୧ ତାରିଖରେ ହେବ ସ୍ପେଶାଲ୍‌ ଓଟିଇଟି ପରୀକ୍ଷା

0

ଭୁବନେଶ୍ବର: ଅଗଷ୍ଟ ୩୧ ତାରିଖରେ ହେବ ସ୍ପେଶାଲ୍‌ ଓଟିଇଟି ପରୀକ୍ଷା। ଏନେଇ ଶୁକ୍ରବାର ବୋର୍ଡ ପକ୍ଷରୁ ସୂଚନା ମିଳିଛି। ଦୁଇଟି ସିଟିଙ୍ଗ୍‌ରେ ହେବ ସ୍ପେଶାଲ୍‌ ଓଟିଇଟି ପରୀକ୍ଷା। ସକାଳ ୯ଟାରୁ ୧୧ଟା ୩୦ ଯାଏଁ ପେପର୍‌ -୧ ପରୀକ୍ଷା ଓ ଦିନ ୨ଟାରୁ ସାଢେ ୪ଟା ଯାଏଁ ପେପର୍‌ -୨ ପରୀକ୍ଷା ହେବ।
ରାଜ୍ୟରେ କାର୍ଯ୍ୟରତ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପାଇଁ ଏହି ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା। ତେବେ ସ୍ପେଶାଲ୍ ଓଟିଇଟି ନେଇ ଆସିଗଲା ନୂଆ ତାରିଖ। ଅଗଷ୍ଟ ୩୧ ତାରିଖରେ ହେବ ସ୍ପେଶାଲ୍ ଓଟିଇଟି ପରୀକ୍ଷା। ଅଗଷ୍ଟ ୨୨ରୁ ୱେବ୍‌ସାଇଟ୍‌ରେ ଉପଲବ୍ଧ ହେବ ଆଡ୍‌ମିଟ୍ କାର୍ଡ। ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଆଜି ସୂଚନା ଦିଆଯାଇଛି।

ସୂଚନାଥାଉକି, ଜୁଲାଇ ୨୦ରେ ହେବାକୁ ଥିବା ସ୍ବତନ୍ତ୍ର ଓଟିଇଟି ପରୀକ୍ଷା ବାତିଲ୍ ହୋଇଥିଲା। ତେବେ ପ୍ରଶ୍ନପତ୍ର ଲିକ୍ କାରଣରୁ ସ୍ବତନ୍ତ୍ର ଓଟିଇଟି ପରୀକ୍ଷା ସ୍ଥଗିତ ହୋଇଥିଲା। ପରୀକ୍ଷା ଆଗରୁ ବିଭିନ୍ନ ସୋସିଆଲ୍ ମିଡିଆରେ ହାତ ଲେଖା ପ୍ରଶ୍ନ ବୁଲିଥିଲା।

Leave A Reply

Your email address will not be published.