ପ୍ରମୁଖ ଖବର

ମିଶନ ଶକ୍ତି ଅଧୀନରେ ୫,୦୦୦ ମହିଳାଙ୍କ ପାଇଁ ସ୍ୱୟଂରକ୍ଷା ପ୍ରଶିକ୍ଷଣ ଆରମ୍ଭ
ଆସାମ-କେରଳ-ପୁଡୁଚେରୀରେ ମତଦାନ ସମାପ୍ତ, ଇଭିଏମରେ ସିଲ୍ ହେଲା ନେତାଙ୍କ ଭାଗ୍ୟ
ପୁନଃ ନିର୍ବାଚିତ ହେଲେ ସ୍ନାତକ ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଆସାମ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ବାଲିଅନ୍ତାରେ ଅତ୍ୟାଧୁନିକ ଜିଆଇଏସ୍‌ ସବଷ୍ଟେସନ ଉଦଘାଟନ, ଆଉ ହେବନି ପାଓ୍ବାର୍‌ କଟ୍

୪୫୦୦ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଲେ ଏସଆରଏ

0

ବ୍ୟାସନଗର: ଲାଞ୍ଚ ନେଇ ଧରାପଡ଼ିଲେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ । ବ୍ୟାସନଗର ତହସିଲ୍ ଏସଆରଏ ହେମନ୍ତ କୁମାର ପେରେଇଙ୍କୁ ଧରିଲା ଭିଜିଲାନ୍ସ । ଜଣେ ବ୍ୟକ୍ତିଙ୍କ ଠାରୁ ୪୫୦୦ ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ତାଙ୍କୁ ମାଡ଼ିବସିଥିଲା ।

ସୂଚନା ମୁତାବକ, ବ୍ୟକ୍ତିଗତ ଜମିର ସୀମା ନିର୍ଦ୍ଧାରଣ ପାଇଁ କୋରେଇ ଥାନା ବରୁଣ୍ଡେଇ ଅଞ୍ଚଳର ଲକ୍ଷ୍ମୀଧର ସାହୁ ନାମକ ଜଣେ ବ୍ୟକ୍ତିଙ୍କୁ ଲାଞ୍ଚ ମାଗିଥିଲେ କିରାଣି ପେରେଇ । କାର୍ଯ୍ୟ କରାଇ ଦେବାକୁ କହି ଲକ୍ଷ୍ମୀଧରଙ୍କୁ ୫ହଜାର ଟଙ୍କା ଲାଞ୍ଚ ମାଗିଥିଲେ କିରାଣି ପେରେଇ । ଏତେ ଟଙ୍କା ଦେଇ ପାରିବେ ନାହିଁ ବୋଲି କହିଥିଲେ ମଧ୍ୟ ସଂପୃକ୍ତ କିରାଣି କିଛି ଶୁଣି ନ ଥିଲେ ।

ଶେଷରେ ନିରାଶ ହୋଇ ଭିଜିଲାନ୍ସର ଦ୍ବାରସ୍ଥ ହୋଇଥିଲେ ଲକ୍ଷ୍ମୀଧର । ପୂର୍ବ ଯୋଜନା ମୁତାବକ ଶୁକ୍ରବାର କାର୍ଯ୍ୟାଳୟରେ ସେ ୫ ହଜାର ଟଙ୍କା ଲାଞ୍ଚ ଦେଉଥିବା ବେଳେ ଭିଜିଲାନ୍ସ ଟିମ୍‌ର ଅଧିକାରୀ ଓ କର୍ମଚାରୀମାନେ ତାଙ୍କୁ ମାଡ଼ି ବସିଥିଲେ ।

Leave A Reply

Your email address will not be published.