ପ୍ରମୁଖ ଖବର

ମିଶନ ଶକ୍ତି ଅଧୀନରେ ୫,୦୦୦ ମହିଳାଙ୍କ ପାଇଁ ସ୍ୱୟଂରକ୍ଷା ପ୍ରଶିକ୍ଷଣ ଆରମ୍ଭ
ଆସାମ-କେରଳ-ପୁଡୁଚେରୀରେ ମତଦାନ ସମାପ୍ତ, ଇଭିଏମରେ ସିଲ୍ ହେଲା ନେତାଙ୍କ ଭାଗ୍ୟ
ପୁନଃ ନିର୍ବାଚିତ ହେଲେ ସ୍ନାତକ ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଆସାମ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ବାଲିଅନ୍ତାରେ ଅତ୍ୟାଧୁନିକ ଜିଆଇଏସ୍‌ ସବଷ୍ଟେସନ ଉଦଘାଟନ, ଆଉ ହେବନି ପାଓ୍ବାର୍‌ କଟ୍

ଆଖିବୁଜିଲେ ବଳଙ୍ଗା ପୀଡ଼ିତା

0

ନୂଆଦିଲ୍ଲୀ: ଦିଲ୍ଲୀ ଏମ୍ସରୁ ଆସିଲା ବଡ଼ ଖବର। ଚିକିତ୍ସାଧୀନ ଅବସ୍ଥାରେ ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ଘଟିଛି। ଶେଷରେ ଆଖିବୁଜିଲେ ପୁରୀ ଜିଲାର ବଳଙ୍ଗା ପୀଡ଼ିତା। ୧୫ ଦିନ ଧରି ଡାକ୍ତରଖାନାରେ ମୃତ୍ୟୁ ସହ ସଂଘର୍ଷ କରି ଶେଷରେ ପ୍ରାଣ ହରାଇଛନ୍ତି। ଶନିବାର ସନ୍ଧ୍ୟା ୬ଟା ୨୨ ମିନିଟରେ ଦିଲ୍ଲୀ ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ପୀଡ଼ିତାଙ୍କର ମୃତ୍ୟୁ ଘଟିଛି। ଏହି ଖବର ମିଳିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକପ୍ରକାଶ କରିଛନ୍ତି।

ଗତ ଜୁଲାଇ ୧୯ ତାରିଖରେ ବଳଙ୍ଗା ଥାନା ଅଞ୍ଚଳର ଏହି ନାବାଳିକାଙ୍କୁ ଘରଠାରୁ କିଛି ଦୂରରେ କେତେଜଣ ଦୁର୍ବୃତ୍ତ ନଦୀ ବନ୍ଧରେ ତାଙ୍କ ଶରୀରରେ କିରୋସିନ ଢାଳି ନିଆଁ ଲଗାଇ ଦେଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଭୁବନେଶ୍ଵର ଏମସରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। କିନ୍ତୁ ଅବସ୍ଥା ସଙ୍କଟାପନ୍ନ ରହିବାରୁ ୨୦ ତାରିଖ ଦିନ ତାଙ୍କୁ ଦିଲ୍ଲୀ ଏମ୍‌ସକୁ ଏୟାରଲିଫ୍ଟ କରାଯାଇଥିଲା। ଶରୀରର ୭୦ ପ୍ରତିଶତ ପୋଡ଼ିଯାଇଥିବାରୁ ତାଙ୍କ ଅବସ୍ଥା ଗୁରୁତର ରହିଥିଲା। ଚିକିତ୍ସା ଜାରି ରହିବା ସହିତ ତାଙ୍କ ଶରୀରରେ ସ୍କିନ ଗ୍ରାଫ୍ଟିଂ କରାଯାଇଥିଲା। ୩ ଥର ଅପରେସନ କରାଯାଇ ସ୍କିନ ଗ୍ରାଫ୍ଟିଂ କରାଯାଇଥିଲା। ଡାକ୍ତରଙ୍କ ସମସ୍ତ ପ୍ରୟାସ ସତ୍ତ୍ୱେ ଶେଷରେ ସେଠାରେ ସେ ଆଖି ବୁଜିଛନ୍ତି।


Leave A Reply

Your email address will not be published.