ଭୁବନେଶ୍ଵର: ପରପାରିରେ ଓଡ଼ିଶା ସିନେମା ଜଗତର ଖ୍ୟାତନାମା ଅଭିନେତା ତଥା ଦିଗପହଣ୍ଡି ଭାଜପା ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ମା’ କନକ ମହାପାତ୍ରଙ୍କ ବିୟୋଗ ଘଟିଛି। କିଛି ଦିନ ହେବ ସେ ଅସୁସ୍ଥ ଥିଲେ । ଶନିବାର ତାଙ୍କର ପରଲୋକ ଘଟିଛି । ସେ ଜଣେ ଧର୍ମପରାୟଣା, ପରୋପକାରିଣୀ ମହିଳା ଭାବେ ବେଶ ଜନପ୍ରିୟ ଥିଲେ । ମା’ଙ୍କ ବିୟୋଗରେ ଭାଙ୍ଗିପଡ଼ିଛନ୍ତି ପୁଅ। ତେବେ ତାଙ୍କ ମା’ଙ୍କ ଦେହାନ୍ତ ଖବର ଶୁଣି ସବୁଆଡ଼େ ଶୋକର ଛାୟା ଖେଳିଯାଇଛି।
କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜ ଏକ୍ସ ହ୍ୟାଣ୍ଡେଲରେ ତାଙ୍କ ଅମର ଆତ୍ମାର ସଦ୍ଗତି କାମନା କରିଛନ୍ତି । ଏହାସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ସିଦ୍ଧାନ୍ତଙ୍କ ଭୁବନେଶ୍ୱରସ୍ଥିତ ବାସଭବନରେ ପହଞ୍ଚି ତାଙ୍କ ମାଆଙ୍କ ଶେଷ ଦର୍ଶନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଓ ଭୁବନେଶ୍ୱର ଏକାମ୍ର ବିଧାୟକ ବାବୁ ସିଂହ ମଧ୍ୟ ଉପସ୍ଥିତ ଅଛନ୍ତି ।
ମାନ୍ୟବର ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ମାତା କନକ ମହାପାତ୍ରଙ୍କ ବିୟୋଗ ଖବର ଶୁଣି ମୁଁ ଗଭୀର ଭାବେ ଦୁଃଖିତ ଏବଂ ମର୍ମାହତ। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୋର ଗଭୀର ସମବେଦନା ଜଣାଉଛି ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ କେ.ଭି ସିଂହ ଦେଓ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି ଯେ, ଲୋକପ୍ରିୟ ଅଭିନେତା ତଥା ଆମ ଦଳର ଦିଗପହଣ୍ଡି ବିଧାୟକ ଶ୍ରୀ ସିଦ୍ଧାନ୍ତ ମହାପାତ୍ରଙ୍କ ମାତା କନକ ମହାପାତ୍ରଙ୍କ ପରଲୋକ ଖବର ଶୁଣି ମୁଁ ଦୁଃଖିତ। ଏ ଦୁଃଖଦ ସମୟରେ ତାଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦ୍ଗତି କାମନା କରୁଛି।
ପ୍ରମୁଖ ଖବର
ଅଟଳ ବସ୍ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ