ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ସିଦ୍ଧାନ୍ତ ମହାପାତ୍ରଙ୍କ ମାତୃ ବିୟୋଗ

0

ଭୁବନେଶ୍ଵର: ପରପାରିରେ ଓଡ଼ିଶା ସିନେମା ଜଗତର ଖ୍ୟାତନାମା ଅଭିନେତା ତଥା ଦିଗପହଣ୍ଡି ଭାଜପା ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ମା’ କନକ ମହାପାତ୍ରଙ୍କ ବିୟୋଗ ଘଟିଛି। କିଛି ଦିନ ହେବ ସେ ଅସୁସ୍ଥ ଥିଲେ । ଶନିବାର ତାଙ୍କର ପରଲୋକ ଘଟିଛି । ସେ ଜଣେ ଧର୍ମପରାୟଣା, ପରୋପକାରିଣୀ ମହିଳା ଭାବେ ବେଶ ଜନପ୍ରିୟ ଥିଲେ । ମା’ଙ୍କ ବିୟୋଗରେ ଭାଙ୍ଗିପଡ଼ିଛନ୍ତି ପୁଅ। ତେବେ ତାଙ୍କ ମା’ଙ୍କ ଦେହାନ୍ତ ଖବର ଶୁଣି ସବୁଆଡ଼େ ଶୋକର ଛାୟା ଖେଳିଯାଇଛି।
କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜ ଏକ୍ସ ହ୍ୟାଣ୍ଡେଲରେ ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିଛନ୍ତି । ଏହାସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ସିଦ୍ଧାନ୍ତଙ୍କ ଭୁବନେଶ୍ୱରସ୍ଥିତ ବାସଭବନରେ ପହଞ୍ଚି ତାଙ୍କ ମାଆଙ୍କ ଶେଷ ଦର୍ଶନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଓ ଭୁବନେଶ୍ୱର ଏକାମ୍ର ବିଧାୟକ ବାବୁ ସିଂହ ମଧ୍ୟ ଉପସ୍ଥିତ ଅଛନ୍ତି ।
ମାନ୍ୟବର ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ମାତା କନକ ମହାପାତ୍ରଙ୍କ ବିୟୋଗ ଖବର ଶୁଣି ମୁଁ ଗଭୀର ଭାବେ ଦୁଃଖିତ ଏବଂ ମର୍ମାହତ। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୋର ଗଭୀର ସମବେଦନା ଜଣାଉଛି ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ କେ.ଭି ସିଂହ ଦେଓ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି ଯେ, ଲୋକପ୍ରିୟ ଅଭିନେତା ତଥା ଆମ ଦଳର ଦିଗପହଣ୍ଡି ବିଧାୟକ ଶ୍ରୀ ସିଦ୍ଧାନ୍ତ ମହାପାତ୍ରଙ୍କ ମାତା କନକ ମହାପାତ୍ରଙ୍କ ପରଲୋକ ଖବର ଶୁଣି ମୁଁ ଦୁଃଖିତ। ଏ ଦୁଃଖଦ ସମୟରେ ତାଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦ୍‌ଗତି କାମନା କରୁଛି।

Leave A Reply

Your email address will not be published.