ପ୍ରମୁଖ ଖବର

କତାରର ୧୦ ବିଲିୟନ ଡଲାର ନିବେଶ ନେଇ ଆଲୋଚନା, ସୀତାରମଣ-କୁୱାରୀଙ୍କ ବୈଠକ
ସେପ୍ଟେମ୍ବର ୩୦ ଓଡ଼ିଶା ବନ୍ଦ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
କଟକରେ ଶିକ୍ଷକ ପଦୋନ୍ନତି ପ୍ରକ୍ରିୟା ଉପରେ ହାଇକୋର୍ଟଙ୍କ ରୋକ
ପାଠ୍ୟପୁସ୍ତକ ତ୍ରୁଟି ନେଇ ପିଏମଓର ହସ୍ତକ୍ଷେପ, ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଲା କେନ୍ଦ୍ର
ନୀରୁଙ୍କୁ ସୁନା, ଏସିଆନ୍ ଗେମ୍ସରେ ଇତିହାସ ରଚିଲା ଭାରତ
୫ ଦିନରେ ସରିଗଲା ୯ ଦିନିଆ ଅଧିବେଶନ, ୯୫୦ ପ୍ରଶ୍ନରୁ ମିଳିଲା ୮ଟିର ଉତ୍ତର
ସୁପ୍ରିମକୋର୍ଟକୁ ଯିବେ ଦିଲ୍ଲୀ ହାଇକୋର୍ଟ ମୁଖ୍ୟ ବିଚାରପତି, କଲେଜିୟମର ସୁପାରିସ

ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନ୍‌ଙ୍କ ସ୍ଵାସ୍ଥ୍ୟାବସ୍ଥା ସଙ୍କଟାପନ୍ନ

0

ଝାଡ଼ଖଣ୍ଡ: ଝାଡ଼ଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍‌ଏମ୍‌) ନେତା ଶିବୁ ସୋରେନ୍‌ଙ୍କ ସ୍ଵାସ୍ଥ୍ୟାବସ୍ଥା ଶନିବାର ଗୁରୁତର ହେବାରୁ ତାଙ୍କୁ ଭେଣ୍ଟିଲେଟରରରେ ରଖାଯାଇଛି। କିଡ୍‌ନୀ ସମ୍ବନ୍ଧୀୟ ସମସ୍ୟା ପାଇଁ ୮୧ ବର୍ଷୀୟ ଶିବୁ ମାସେରୁ ଊର୍ଦ୍ଧ୍ୱ ସମୟ ଧରି ଦିଲ୍ଲୀର ଶ୍ରୀ ଗଙ୍ଗାରାମ ହସ୍ପିଟାଲରେ ଭେଣ୍ଟିଲେଟରରେ ରଖାଯାଇ ତାଙ୍କର ଚିକିତ୍ସା ଚାଲିଛି। ଗତ ଜୁନ ମାସରେସୋରେନଙ୍କ ଦେହ ଅସୁସ୍ଥ ହେବାରୁ ସେବେଠାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।ଜେଏମ୍‌ଏମ୍‌ର ପ୍ରତିଷ୍ଠାତା ଶିବୁ ସୋରେନ୍‌ ୩୮ ବର୍ଷ ଧରି ଏହାର ନେତୃତ୍ୱ ନେଇଥିଲେ। କିଡନୀ ସମ୍ବନ୍ଧୀୟ ସମସ୍ୟା କାରଣରୁ ଗତ ଜୁନ ଶେଷ ସପ୍ତାହରେ ସୋରେନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଦିନକୁ ଦିନ ସ୍ଵାସ୍ଥ୍ୟାବସ୍ଥାରେ ଅବନତି କାରଣରୁ ତାଙ୍କୁ ଭେଣ୍ଟିଲେଟର ସପୋର୍ଟରେ ରଖି ଚିକିତ୍ସା କରାଯାଉଛି।

Leave A Reply

Your email address will not be published.