ପ୍ରମୁଖ ଖବର

କତାରର ୧୦ ବିଲିୟନ ଡଲାର ନିବେଶ ନେଇ ଆଲୋଚନା, ସୀତାରମଣ-କୁୱାରୀଙ୍କ ବୈଠକ
ସେପ୍ଟେମ୍ବର ୩୦ ଓଡ଼ିଶା ବନ୍ଦ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
କଟକରେ ଶିକ୍ଷକ ପଦୋନ୍ନତି ପ୍ରକ୍ରିୟା ଉପରେ ହାଇକୋର୍ଟଙ୍କ ରୋକ
ପାଠ୍ୟପୁସ୍ତକ ତ୍ରୁଟି ନେଇ ପିଏମଓର ହସ୍ତକ୍ଷେପ, ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଲା କେନ୍ଦ୍ର
ନୀରୁଙ୍କୁ ସୁନା, ଏସିଆନ୍ ଗେମ୍ସରେ ଇତିହାସ ରଚିଲା ଭାରତ
୫ ଦିନରେ ସରିଗଲା ୯ ଦିନିଆ ଅଧିବେଶନ, ୯୫୦ ପ୍ରଶ୍ନରୁ ମିଳିଲା ୮ଟିର ଉତ୍ତର
ସୁପ୍ରିମକୋର୍ଟକୁ ଯିବେ ଦିଲ୍ଲୀ ହାଇକୋର୍ଟ ମୁଖ୍ୟ ବିଚାରପତି, କଲେଜିୟମର ସୁପାରିସ

୮କୁ ବଢିଲା ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ସଂଖ୍ୟା

0

ଆନ୍ଧ୍ରପ୍ରଦେଶ: ଆନ୍ଧ୍ରପ୍ରଦେଶର ବାପତଲା ଜିଲ୍ଲାରେ ରବିବାର ଦିନ ଏକ ଗ୍ରାନାଇଟ୍ ଖଣିରେ ଦୁର୍ଘଟଣା ଘଟିଛି। ପୂର୍ବରୁ ୬ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ଏବେ ୮କୁ ବଢିଲା ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ସଂଖ୍ୟା। ମୃତକ ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଳକର ଦୁଇ ଜଣ ଶ୍ରମିକ ଥିବା ସୂଚନା। ଜଣେ ବାହାଡା ଗୁଡା ଗ୍ରାମର ୪୫ ବର୍ଷୀୟ ମୂଷା ଜେନା ହୋଇଥିବା ବେଳେ ଅନ୍ୟ ଜଣେ ନୂଆଁ କସେଇ ଗ୍ରାମର ସନ୍ତୋଷ ଗୌଡ଼। ପୂର୍ବରୁ ଦିଗପହଣ୍ଡିର ୪ ଜଣ ଓ ମୋହନାର ୨ ଜଣ ଶ୍ରମିକ ଥିଲେ। କାମ କରୁଥିବାବେଳେ ହାଠତ ବିସ୍ଫୋରଣ ହୋଇଥିଲା ଓ ଏଥିରେ ଚାପି ହୋଇଯାଇଥିଲେ ଶ୍ରମିକ ।

ସୂଚନା ଅନୁସାରେ ଆନ୍ଧ୍ରପ୍ରଦେଶ ବାପଟାଲା ଜିଲ୍ଲା ବାଲିକୁରୁମା ପଥର କୁଆରୀରେ ଶ୍ରମିକମାନେ କାମ କରୁଥିଲେ। ଏମାନଙ୍କ ମଧ୍ୟରୁ ୧୮ ଜଣ ଓଡ଼ିଆ ଶ୍ରମିକ ଥିଲେ। କାମ ଚାଲିଥିଲା ବେଳେ ବିସ୍ଫୋରଣ ଘଟିଥିଲା। ୧୦ ଜଣ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଆହତଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସେପଟେ ପଥରଖଣିରେ ଦୁର୍ଘଟଣା ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ଦୁଃଖ ପ୍ରକାଶ କରିଛନ୍ତି। ଦୁର୍ଘଟଣା ନେଇ ବିସ୍ତୃତ ସୂଚନା ଉପଲବ୍ଧ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଗୁରୁତରମାନଙ୍କୁ ଉତ୍ତମ ଚିକିତ୍ସା ଯୋଗାଇବା ପାଇଁ ମଧ୍ୟ ପରାମର୍ଶ ଦେଇଛନ୍ତି। ମୃତକଙ୍କ ପରିବାରକୁ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଥିବା ଆର୍ଥିକ ରାଶି ପ୍ରଦାନ କରାଯିବ।

Leave A Reply

Your email address will not be published.