ପ୍ରମୁଖ ଖବର

ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ଗିରଫ ପ୍ରଧାନ ଶିକ୍ଷକ ନିଲମ୍ବିତ
ରାଜ୍ୟରେ ଖୋଲିବ ୮ଟି ନୂଆ ଏଡିଜେ କୋର୍ଟ
ଜିଲ୍ଲାପାଳଙ୍କୁ ରାଜ୍ୟ ସରକାରଙ୍କ ଚିଠି
ସବୁ ରାଜସ୍ୱ କାର୍ଯ୍ୟାଳୟରେ ଲାଗିବ ବାୟୋମେଟ୍ରିକ
ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ
ଡାକ ବିଭାଗର ବଡ ନିଷ୍ପତ୍ତି, ସେପ୍ଟେମ୍ବର ୧ରୁ ବନ୍ଦ ହେବ ରେଜିଷ୍ଟର୍ଡ ପୋଷ୍ଟ
ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ରଙ୍କୁ ୨ ବର୍ଷ ପାଇଁ ଆଇଏମଡି ମହାନିର୍ଦ୍ଦେଶକ ଭାବରେ ପୁନଃନିଯୁକ୍ତି
ଅପାରଗ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର : ସରକାରଙ୍କ ଚେତାବନୀ
୧୫ ହଜାର ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଲେ ଜୁନିଅର କ୍ଲର୍କ
ମହିଳା ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ହେଲେ ବବିତା ପାତ୍ର

ସବୁ ରାଜସ୍ୱ କାର୍ଯ୍ୟାଳୟରେ ଲାଗିବ ବାୟୋମେଟ୍ରିକ

0

ଜିଲ୍ଲାପାଳଙ୍କୁ ରାଜ୍ୟ ସରକାରଙ୍କ ଚିଠି

ନ୍ୟୁଜବ୍ୟୁରୋ: ଏଣିକି ସରକାରୀ କର୍ମଚାରୀ ହେବେ ସାବାଡ଼। ଅଫିସକୁ ମନଇଚ୍ଛା ଆସିପାରିବେନି ସରକାରୀ କର୍ମଚାରୀ। ନଚେତ ଅଫିସରଙ୍କ ଉପରେ ହେବ କାର୍ଯ୍ୟାନୁଷ୍ଠାନ। ସବୁ ରାଜସ୍ୱ କାର୍ଯ୍ୟାଳୟରେ ବସିବ ବାୟୋମେଟ୍ରିକ। ଜିଲ୍ଲାର ସମସ୍ତ କାର୍ଯ୍ୟାଳୟରେ ବାୟୋମେଟ୍ରିକ ଲାଗୁ ହେବା ପାଇଁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ନେଇଛନ୍ତି ନିଷ୍ପତ୍ତି। ଏନେଇ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି କରିଛନ୍ତି ରାଜ୍ୟ ସରକାର।
ଯେଉଁ ସବୁ ସରକାରୀ ଅଫିସରେ ବାୟୋମେଟ୍ରିକ ଆଟେଣ୍ଡାନସ ସିଷ୍ଟମ ନାହିଁ ସେଠାରେ ତୁରନ୍ତ ବାୟୋମେଟ୍ରିକ ଉପସ୍ଥାନ ବ୍ୟବସ୍ଥା କରିବାକୁ କୁହାଯାଇଛି। ସବୁ ବିଭାଗ ବାୟୋମେଟ୍ରିକ ବ୍ୟବସ୍ଥା କାର୍ଯ୍ୟକ୍ଷମ ନେଇ ସୁନିଶ୍ଚିତ କରିବାକୁ କୁହାଯାଇଛି।

ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। କନିଷ୍ଠ କର୍ମଚାରୀଙ୍କଠାରୁ ଆରମ୍ଭ କରି ସର୍ବୋଚ୍ଚ ପଦବୀରେ ଥିବା ଅଧିକାରୀଙ୍କ ପାଇଁ ଏହା ଲାଗୁ ହେବ। ଅଫିସକୁ କର୍ମଚାରୀମାନେ ବିଳମ୍ବରେ ଆସୁଥିବା ଅଭିଯୋଗ ହେଉଥିବା ବେଳେ ଏଥିରେ ରୋକ ଲଗାଇବା ପାଇଁ ରାଜ୍ୟ ସରକାରଙ୍କ ସବୁ ଅଫିସରେ ବାୟୋମେଟ୍ରିକ ଉପସ୍ଥାନ ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବ।

ଏସଂକ୍ରାନ୍ତ ଡାଟାକୁ ଏନଆଇସି ଦ୍ବାରା ବିକଶିତ ବାୟୋମେଟ୍ରିକ ଆଟେଣ୍ଡାନସ ସିଷ୍ଟମ ପୋର୍ଟାଲକୁ ଲିଙ୍କ କରିବାକୁ କୁହାଯାଇଛି। ସବୁ ସରକାରୀ କର୍ମଚାରୀ ଅଫିସରେ ପହଞ୍ଚିବା ଓ ଅଫିସ ଛାଡ଼ିବା ବେଳେ ବାୟୋମେଟ୍ରିକ ଆଟେଣ୍ଡାନ୍ସ ବ୍ୟବସ୍ଥାରେ ଉପସ୍ଥାନ ଦେବେ।

Leave A Reply

Your email address will not be published.