ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ

0

ଜମ୍ମୁ: ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ ହୋଇଛି। ୭୯ବର୍ଷିୟ ସତ୍ୟପାଲଙ୍କର ଆରଏମ୍‍ଏଲ୍‍ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଥିବା ସୂଚନା ମିଳିଛି। ଦୀର୍ଘ ଦିନ ହେବ ସେ ଅସୁସ୍ଥ ଥିବାରୁ ଦିଲ୍ଲୀର ରାମ ମନୋହର ଲୋହିଆ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ମଙ୍ଗଳବାର ଅପରାହ୍ନ ୧ଟା ୨୦ମିନିଟରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ସତ୍ୟପାଲ ଦୀର୍ଘ ଦିନ ହେବ କିଡନୀ ରୋଗରେ ପୀଡିତ ଥିଲେ । ତାଙ୍କ ଅବସ୍ଥା ଗୁରୁତର ହେବାରୁ ମେ ୧୧ରେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି ହୋଇଥିଲେ।

ସତ୍ୟପାଲ ମଲ୍ଲିକ ୨୩ଅଗଷ୍ଟ ୨୦୧୮ରୁ ୩୦ଅକ୍ଟୋବର ୨୦୧୯ ପର୍ଯ୍ୟନ୍ତ ଜମ୍ମୁ-କାଶ୍ମୀରର ରାଜ୍ୟପାଳ ରହିଥିଲେ। ତାଙ୍କ କାର୍ଯ୍ୟକାଳ ସମୟରେ ଆଜିର ଦିନ ୫ଅଗଷ୍ଟ ୨୦୧୯ରେ ଜମ୍ମୁ-କାଶ୍ମରରୁ ଧାରା ୩୭୦ ଉଚ୍ଛେଦ କରାଯାଇଥିଲା। ୧୯୪୬ମସିହା ଜୁଲାଇ ୨୪ରେ ସତ୍ୟପାଲ ମଲ୍ଲିକ ଜନ୍ମଗ୍ରହଣ କରିଥିଲେ। ସେ ୨୦୧୮ରୁ ୨୦୧୯ ପର୍ଯ୍ୟନ୍ତ ଜମ୍ମୁ-କାଶ୍ମୀରର ଦଶମ ଏବଂ ଶେଷ ରାଜ୍ୟପାଳ ଥିଲେ। ଏହାସହିତ ସେ ଗୋଆ ଏବଂ ମେଘାଳୟର ରାଜ୍ୟପାଳ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ। ସତ୍ୟପାଲ ୧୯୭୪-୭୭ ପର୍ଯ୍ୟନ୍ତ ଉତ୍ତରପ୍ରଦେଶ ବିଧାନସଭାର ସଦସ୍ୟ ଥିଲେ। ୧୯୮୦-୮୬ ଏବଂ ୧୯୮୬-୮୯ପର୍ଯ୍ୟନ୍ତ ରାଜ୍ୟସଭାର ସଦସ୍ୟ ଓ ୧୯୮୯-୯୧ ପର୍ଯ୍ୟନ୍ତ ନବମ ଲୋକସଭାର ସଦସ୍ୟ ଥିଲେ। ଏହାସହିତ ସେ ବିହାରର ରାଜ୍ୟପାଳ ମଧ୍ୟ ହୋଇଥିଲେ। ୨୧ ମାର୍ଚ୍ଚ ୨୦୧୮ରୁ ମେ ୨୮ ୨୦୧୮ ପର୍ଯ୍ୟନ୍ତ ତାଙ୍କୁ ଓଡ଼ିଶାର ରାଜ୍ୟପାଳ ଭାବରେ ଅତିରିକ୍ତ ଦାୟିତ୍ୱ ଦିଆଯାଇଥିଲା। ଅଗଷ୍ଟ ୨୦୧୮ରେ ତାଙ୍କୁ ଜମ୍ମୁ ଓ କାଶ୍ମୀରର ରାଜ୍ୟପାଳ ଭାବରେ ନିଯୁକ୍ତ କରାଯାଇଥିଲା।

Leave A Reply

Your email address will not be published.