ପ୍ରମୁଖ ଖବର

ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ଗିରଫ ପ୍ରଧାନ ଶିକ୍ଷକ ନିଲମ୍ବିତ
ରାଜ୍ୟରେ ଖୋଲିବ ୮ଟି ନୂଆ ଏଡିଜେ କୋର୍ଟ
ଜିଲ୍ଲାପାଳଙ୍କୁ ରାଜ୍ୟ ସରକାରଙ୍କ ଚିଠି
ସବୁ ରାଜସ୍ୱ କାର୍ଯ୍ୟାଳୟରେ ଲାଗିବ ବାୟୋମେଟ୍ରିକ
ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ
ଡାକ ବିଭାଗର ବଡ ନିଷ୍ପତ୍ତି, ସେପ୍ଟେମ୍ବର ୧ରୁ ବନ୍ଦ ହେବ ରେଜିଷ୍ଟର୍ଡ ପୋଷ୍ଟ
ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ରଙ୍କୁ ୨ ବର୍ଷ ପାଇଁ ଆଇଏମଡି ମହାନିର୍ଦ୍ଦେଶକ ଭାବରେ ପୁନଃନିଯୁକ୍ତି
ଅପାରଗ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର : ସରକାରଙ୍କ ଚେତାବନୀ
୧୫ ହଜାର ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଲେ ଜୁନିଅର କ୍ଲର୍କ
ମହିଳା ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ହେଲେ ବବିତା ପାତ୍ର

ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ରଙ୍କୁ ଆଇଏମଡି ମହାନିର୍ଦ୍ଦେଶକ ଭାବରେ ପୁନଃନିଯୁକ୍ତି

0

ନ୍ୟୁଜବ୍ୟୁରୋ: ଆଇଏମଡି ମହାନିର୍ଦ୍ଦେଶକ ଭାବରେ ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ରଙ୍କ କାର୍ଯ୍ୟକାଳ ବୃଦ୍ଧି ପାଇଛି। ତାଙ୍କ ନିଯୁକ୍ତି ଅବଧି ସରୁଥିବାରୁ କେନ୍ଦ୍ର କ୍ୟାବିନେଟ୍‌ର ନିଯୁକ୍ତି ବ୍ୟାପାର କମିଟି ତାଙ୍କୁ ପୁନଃ ନିଯୁକ୍ତି ପ୍ରସ୍ତାବକୁ ମଞ୍ଜୁରି ଦେଇଛି। କ୍ୟାବିନେଟର ନିଯୁକ୍ତି କମିଟି ପୃଥିବୀ ବିଜ୍ଞାନ ମନ୍ତ୍ରଣାଳୟ ଅନ୍ତର୍ଗତ ଭାରତୀୟ ପାଣିପାଗ ବିଭାଗ (IMD)ରେ ପାଣିପାଗ ମହାନିର୍ଦ୍ଦେଶକ ଭାବରେ ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ରଙ୍କୁ ପୁନଃନିଯୁକ୍ତି ପାଇଁ ପ୍ରସ୍ତାବକୁ ଅନୁମୋଦନ କରିଛି। ଅବସର ବୟସ (୩୧ ଅଗଷ୍ଟ ୨୦୨୫ ପରେ) ଠାରୁ ୨ ବର୍ଷ ପାଇଁ କିମ୍ବା ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ, ଯାହା ପୂର୍ବରୁ ହେବ, ଚୁକ୍ତିଭିତ୍ତିକ ଭାବରେ ମୃତ୍ୟୁଞ୍ଜୟ ମହାପାତ୍ରଙ୍କୁ ପୁନଃନିଯୁକ୍ତି ପ୍ରଦାନ କରାଯିବ। ଆସନ୍ତା ଦୁଇ ବର୍ଷ ପାଇଁ ସେ କାର୍ଯ୍ୟ କରିବେ।

ଭଦ୍ରକ ଜିଲ୍ଲା ଘଣ୍ଟେଶ୍ୱରରେ ଜନ୍ମିତ ମୃତ୍ୟୁଞ୍ଜୟ ମହାପାତ୍ର ଆଇଆଇଟି ଦିଲ୍ଲୀର ଛାତ୍ର। ଭାରତୀୟ ପାଣିପାଗ ବିଭାଗରେ ମୃତ୍ୟୁଞ୍ଜୟ ମହାପାତ୍ରଙ୍କର ରହିଛି ବେଶ୍ ଉଲ୍ଲେଖନୀୟ ଅବଦାନ। ପ୍ରଥମ ଓଡ଼ିଆ ଭାବେ ମୃତ୍ୟୁଞ୍ଜୟ ମହାପାତ୍ର ୨୦୧୯ରେ ଆଇଏମଡି ମହାନିର୍ଦ୍ଦେଶକ ପଦରେ ନିଯୁକ୍ତି ପାଇଥିଲେ। ଏହି ପଦ ଗ୍ରହଣ କରିବା ପୂର୍ବରୁ ସେ ଭାରତୀୟ ପାଣିପାଗ ବିଭାଗର ଏଡିଜି ସହ ସାଇକ୍ଲୋନ୍ ଓ୍ୱାର୍ଣ୍ଣିଂ ବିଭାଗର ମୁଖ୍ୟ ଥିଲେ। ବୈଜ୍ଞାନିକ ମୃତ୍ୟୁଞ୍ଜୟ ମହାପାତ୍ର ଫାଇଲିନ୍, ହୁଡହୁଡ୍, ତିତଲି ଓ ଫନି ଭଳି ବାତ୍ୟାର ଲ୍ୟାଣ୍ଡଫଲ ଓ ବେଗ ସମ୍ପର୍କରେ ସଠିକ୍ ଆକଳନ କରି ଚର୍ଚ୍ଚାରେ ଥିଲେ। ୧୯୯୯ ମସିହାର ମହାବାତ୍ୟା ସମୟରେ ସେ ଭୁବନେଶ୍ୱର ସ୍ଥିତ ଆଇଏମଡି କାର୍ଯ୍ୟାଳୟର ସାଇକ୍ଲୋନ ୱାର୍ଣ୍ଣିଂ ଡିଭିଜନରେ କାର୍ଯ୍ୟ କରୁଥିଲେ। ରାଜଧାନୀ ଦିଲ୍ଲୀ ସ୍ଥିତ ଆଇଏମଡି କାର୍ଯ୍ୟାଳୟକୁ ବଦଳି ହେବା ପରେ ସେ ମୁଖ୍ୟତଃ ବାତ୍ୟାଗୁଡ଼ିକର ମାର୍ଗର ସଠିକ୍‌ ଆକଳନ କରିବା ଏବଂ ଏସମ୍ପର୍କିତ ଅନ୍ୟ ତଥ୍ୟ ନିର୍ଦ୍ଧାରଣରେ ନିୟୋଜିତ ହୋଇଥିଲେ।

Leave A Reply

Your email address will not be published.