ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ରଙ୍କୁ ଆଇଏମଡି ମହାନିର୍ଦ୍ଦେଶକ ଭାବରେ ପୁନଃନିଯୁକ୍ତି

0

ନ୍ୟୁଜବ୍ୟୁରୋ: ଆଇଏମଡି ମହାନିର୍ଦ୍ଦେଶକ ଭାବରେ ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ରଙ୍କ କାର୍ଯ୍ୟକାଳ ବୃଦ୍ଧି ପାଇଛି। ତାଙ୍କ ନିଯୁକ୍ତି ଅବଧି ସରୁଥିବାରୁ କେନ୍ଦ୍ର କ୍ୟାବିନେଟ୍‌ର ନିଯୁକ୍ତି ବ୍ୟାପାର କମିଟି ତାଙ୍କୁ ପୁନଃ ନିଯୁକ୍ତି ପ୍ରସ୍ତାବକୁ ମଞ୍ଜୁରି ଦେଇଛି। କ୍ୟାବିନେଟର ନିଯୁକ୍ତି କମିଟି ପୃଥିବୀ ବିଜ୍ଞାନ ମନ୍ତ୍ରଣାଳୟ ଅନ୍ତର୍ଗତ ଭାରତୀୟ ପାଣିପାଗ ବିଭାଗ (IMD)ରେ ପାଣିପାଗ ମହାନିର୍ଦ୍ଦେଶକ ଭାବରେ ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ରଙ୍କୁ ପୁନଃନିଯୁକ୍ତି ପାଇଁ ପ୍ରସ୍ତାବକୁ ଅନୁମୋଦନ କରିଛି। ଅବସର ବୟସ (୩୧ ଅଗଷ୍ଟ ୨୦୨୫ ପରେ) ଠାରୁ ୨ ବର୍ଷ ପାଇଁ କିମ୍ବା ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ, ଯାହା ପୂର୍ବରୁ ହେବ, ଚୁକ୍ତିଭିତ୍ତିକ ଭାବରେ ମୃତ୍ୟୁଞ୍ଜୟ ମହାପାତ୍ରଙ୍କୁ ପୁନଃନିଯୁକ୍ତି ପ୍ରଦାନ କରାଯିବ। ଆସନ୍ତା ଦୁଇ ବର୍ଷ ପାଇଁ ସେ କାର୍ଯ୍ୟ କରିବେ।

ଭଦ୍ରକ ଜିଲ୍ଲା ଘଣ୍ଟେଶ୍ୱରରେ ଜନ୍ମିତ ମୃତ୍ୟୁଞ୍ଜୟ ମହାପାତ୍ର ଆଇଆଇଟି ଦିଲ୍ଲୀର ଛାତ୍ର। ଭାରତୀୟ ପାଣିପାଗ ବିଭାଗରେ ମୃତ୍ୟୁଞ୍ଜୟ ମହାପାତ୍ରଙ୍କର ରହିଛି ବେଶ୍ ଉଲ୍ଲେଖନୀୟ ଅବଦାନ। ପ୍ରଥମ ଓଡ଼ିଆ ଭାବେ ମୃତ୍ୟୁଞ୍ଜୟ ମହାପାତ୍ର ୨୦୧୯ରେ ଆଇଏମଡି ମହାନିର୍ଦ୍ଦେଶକ ପଦରେ ନିଯୁକ୍ତି ପାଇଥିଲେ। ଏହି ପଦ ଗ୍ରହଣ କରିବା ପୂର୍ବରୁ ସେ ଭାରତୀୟ ପାଣିପାଗ ବିଭାଗର ଏଡିଜି ସହ ସାଇକ୍ଲୋନ୍ ଓ୍ୱାର୍ଣ୍ଣିଂ ବିଭାଗର ମୁଖ୍ୟ ଥିଲେ। ବୈଜ୍ଞାନିକ ମୃତ୍ୟୁଞ୍ଜୟ ମହାପାତ୍ର ଫାଇଲିନ୍, ହୁଡହୁଡ୍, ତିତଲି ଓ ଫନି ଭଳି ବାତ୍ୟାର ଲ୍ୟାଣ୍ଡଫଲ ଓ ବେଗ ସମ୍ପର୍କରେ ସଠିକ୍ ଆକଳନ କରି ଚର୍ଚ୍ଚାରେ ଥିଲେ। ୧୯୯୯ ମସିହାର ମହାବାତ୍ୟା ସମୟରେ ସେ ଭୁବନେଶ୍ୱର ସ୍ଥିତ ଆଇଏମଡି କାର୍ଯ୍ୟାଳୟର ସାଇକ୍ଲୋନ ୱାର୍ଣ୍ଣିଂ ଡିଭିଜନରେ କାର୍ଯ୍ୟ କରୁଥିଲେ। ରାଜଧାନୀ ଦିଲ୍ଲୀ ସ୍ଥିତ ଆଇଏମଡି କାର୍ଯ୍ୟାଳୟକୁ ବଦଳି ହେବା ପରେ ସେ ମୁଖ୍ୟତଃ ବାତ୍ୟାଗୁଡ଼ିକର ମାର୍ଗର ସଠିକ୍‌ ଆକଳନ କରିବା ଏବଂ ଏସମ୍ପର୍କିତ ଅନ୍ୟ ତଥ୍ୟ ନିର୍ଦ୍ଧାରଣରେ ନିୟୋଜିତ ହୋଇଥିଲେ।

Leave A Reply

Your email address will not be published.