ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ଗିରଫ ପ୍ରଧାନ ଶିକ୍ଷକ ନିଲମ୍ବିତ

0

କଳାହାଣ୍ଡି: ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ପ୍ରଧାନ ଶିକ୍ଷକ ନିଲମ୍ବିତ। କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ବ୍ଲକ ଭେଜିପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ପ୍ରଶାନ୍ତ ଖମାରୀ ନିଲମ୍ବିତ ହୋଇଛନ୍ତି। ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବନ କଲା ଶିକ୍ଷା ବିଭାଗ।

ପୂର୍ବରୁ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିଲା। ଏହାପରେ ଶିକ୍ଷା ବିଭାଗ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ନିଆଯାଇ ନିଲମ୍ବନ କରାଯାଇଛି। ପ୍ରଶାନ୍ତ ଖମାରୀ ଦୀର୍ଘ ଦିନ ହେବ ଏହି କାମରେ ଲିପ୍ତ ଥିବା ଜଣାପଡିଛି। ସେ ପୂର୍ବରୁ କଳାହାଣ୍ଡି ଓ ରାଜ୍ୟ ଏକ୍ସ କ୍ୟାଡ଼ର ସଂଘର ସମ୍ପାଦକ ମଧ୍ୟ ରହିଥିଲେ। ଓଟିଇଟ ପ୍ରଶ୍ନପତ୍ର ପ୍ରଘଟ ମାମଲାର ତଦନ୍ତ କ୍ରାଇମବ୍ରାଞ୍ଚ କରୁଛି। ଏହି ମାମଲାରେ ତଦନ୍ତକାରୀ ସଂସ୍ଥା ପକ୍ଷରୁ ମାଧ୍ୟମିକ ଶିକ୍ଷା ବୋର୍ଡ ଉପସଭାପତିଙ୍କ ସମେତ ମୋଟ ୮ ଜଣଙ୍କୁ ଗିରଫ କରାଯାଇଛି।

Leave A Reply

Your email address will not be published.