ପ୍ରମୁଖ ଖବର

କତାରର ୧୦ ବିଲିୟନ ଡଲାର ନିବେଶ ନେଇ ଆଲୋଚନା, ସୀତାରମଣ-କୁୱାରୀଙ୍କ ବୈଠକ
ସେପ୍ଟେମ୍ବର ୩୦ ଓଡ଼ିଶା ବନ୍ଦ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
କଟକରେ ଶିକ୍ଷକ ପଦୋନ୍ନତି ପ୍ରକ୍ରିୟା ଉପରେ ହାଇକୋର୍ଟଙ୍କ ରୋକ
ପାଠ୍ୟପୁସ୍ତକ ତ୍ରୁଟି ନେଇ ପିଏମଓର ହସ୍ତକ୍ଷେପ, ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଲା କେନ୍ଦ୍ର
ନୀରୁଙ୍କୁ ସୁନା, ଏସିଆନ୍ ଗେମ୍ସରେ ଇତିହାସ ରଚିଲା ଭାରତ
୫ ଦିନରେ ସରିଗଲା ୯ ଦିନିଆ ଅଧିବେଶନ, ୯୫୦ ପ୍ରଶ୍ନରୁ ମିଳିଲା ୮ଟିର ଉତ୍ତର
ସୁପ୍ରିମକୋର୍ଟକୁ ଯିବେ ଦିଲ୍ଲୀ ହାଇକୋର୍ଟ ମୁଖ୍ୟ ବିଚାରପତି, କଲେଜିୟମର ସୁପାରିସ

ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ଗିରଫ ପ୍ରଧାନ ଶିକ୍ଷକ ନିଲମ୍ବିତ

0

କଳାହାଣ୍ଡି: ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ପ୍ରଧାନ ଶିକ୍ଷକ ନିଲମ୍ବିତ। କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ବ୍ଲକ ଭେଜିପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ପ୍ରଶାନ୍ତ ଖମାରୀ ନିଲମ୍ବିତ ହୋଇଛନ୍ତି। ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବନ କଲା ଶିକ୍ଷା ବିଭାଗ।

ପୂର୍ବରୁ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିଲା। ଏହାପରେ ଶିକ୍ଷା ବିଭାଗ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ନିଆଯାଇ ନିଲମ୍ବନ କରାଯାଇଛି। ପ୍ରଶାନ୍ତ ଖମାରୀ ଦୀର୍ଘ ଦିନ ହେବ ଏହି କାମରେ ଲିପ୍ତ ଥିବା ଜଣାପଡିଛି। ସେ ପୂର୍ବରୁ କଳାହାଣ୍ଡି ଓ ରାଜ୍ୟ ଏକ୍ସ କ୍ୟାଡ଼ର ସଂଘର ସମ୍ପାଦକ ମଧ୍ୟ ରହିଥିଲେ। ଓଟିଇଟ ପ୍ରଶ୍ନପତ୍ର ପ୍ରଘଟ ମାମଲାର ତଦନ୍ତ କ୍ରାଇମବ୍ରାଞ୍ଚ କରୁଛି। ଏହି ମାମଲାରେ ତଦନ୍ତକାରୀ ସଂସ୍ଥା ପକ୍ଷରୁ ମାଧ୍ୟମିକ ଶିକ୍ଷା ବୋର୍ଡ ଉପସଭାପତିଙ୍କ ସମେତ ମୋଟ ୮ ଜଣଙ୍କୁ ଗିରଫ କରାଯାଇଛି।

Leave A Reply

Your email address will not be published.