ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଜୀଅନ୍ତା ଜଳିଗଲେ ଯୁବତୀ

0

ପଟ୍ଟାମୁଣ୍ଡାଇ: ଘର ଭିତରେ ଜୀବନ୍ତ ଜଳିଗଲେ ଯୁବତୀ। ଏଭଳି ଏକ ଦୁଃଖଦ ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା କାଠିଆପଡା ଗାଁରେ।

ସୂଚନାନୁସାରେ କିରୋସିନ ଢାଳି ହୋଇ ଛାତ୍ରୀଜଣଙ୍କ ଜୀବନ ହାରିଛନ୍ତି। ଯୁବତୀ ଜଣକ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀ ଥିବା ଜଣାପଡିଛି । ତେବେ ଏହା ହତ୍ୟା ନା ଆତ୍ମହତ୍ୟା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ସେ ନିଜେ ଜୀବନ ହାରିଛନ୍ତି ନା ତାଙ୍କୁ କିଏ ଜୀବନ ହାରିବା ପାଇଁ କହିଛି ସେନେଇ ମଧ୍ୟ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ। କେହି ଜଣେ ତାଙ୍କୁ ବ୍ଲାକ୍‌ମେଲିଂ କରୁଥିଲେ ବୋଲି ଯୁବତୀଙ୍କ ବାପା ଅଭିଯୋଗ କରିଛନ୍ତି। ଘରେ କେହି ନଥିବା ସମୟରେ ଏହି ଘଟଣା ହୋଇଛି।

ତେବେ ପ୍ରେମିକ ଜଣଙ୍କ ଛାତ୍ରୀଙ୍କ ଅଶ୍ଳୀଳ ଫୋଟ ଭାଇରାଲ କରିଥିବା ନେଇ ଅଭିଯୋଗ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିଛି। ଏନେଇ ପୂର୍ବରୁ ଗ୍ରାମାଞ୍ଚଳ ଥାନାରେ ଲିଖିତ ଅଭିଯୋଗ କରାଯାଇଥିଲା। ଘଟଣା ଜଣାପଡିବା ପରେ ଉଚ୍ଚ ସ୍ତରୀୟ ତଦନ୍ତ ପାଇଁ ପୋଲିସ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି।

Leave A Reply

Your email address will not be published.