ପ୍ରମୁଖ ଖବର

କଟକ ରେଲ୍‌ଓ୍ବେ ଷ୍ଟେଶନରେ ଭୁଶୁଡ଼ିଲା ଛାତ
ଚାଷୀଙ୍କୁ ନୂଆଖାଇ ଭେଟି, ସିଏମ୍‌ କିଷାନର ୩ୟ କିସ୍ତି ଟଙ୍କା ପ୍ରଦାନ
ବନ୍ୟାରେ ଭାସିଗଲା କାର୍‌ ; ଗୋଟିଏ ପରିବାରର ୪ ମୃତ
ଲାଞ୍ଚ ନେଉଥିବା ବେଳେ ରାଜ୍ୟ ଟିକସ ସହକାରୀ କମିଶନର ଗିରଫ
ବୈଷ୍ଣୋଦେବୀ ମନ୍ଦିର ନିକଟରେ ଭୂସ୍ଖଳନ, ୩୨ ମୃତ
ଗଶେଣ ଚତୁର୍ଥୀରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
ନୂଆଖାଇ ପାଇଁ ଅଗଷ୍ଟ ୨୯ରେ ବନ୍ଦ ରହିବ ସମସ୍ତ ଶିକ୍ଷାନୁଷ୍ଠାନ

ଅଗଷ୍ଟ ୩୧ ସୁଦ୍ଧା ନିଯୁକ୍ତି ହେବେ ୨୨୮୯୬ କର୍ମଚାରୀ

0

ଭୁବନେଶ୍ବର: ଖୁଵଶୀଘ୍ର ପୂରଣ ହେବ ୨୨ହଜାର ୮୯୬ ଗ୍ରୁପ ସି ପଦବୀ। ରାଜ୍ୟ ସରକାରଙ୍କ ୧୦ ବିଭାଗର ଗ୍ରୁପ ସି ର ୨୨ ହଜାର ୮୯୬ ପଦବୀ ପୂରଣ ପାଇଁ ମୁଖ୍ୟ ସଚିବଙ୍କ ନିର୍ଦ୍ଦେଶ। ଅଗଷ୍ଟ ୩୧ ସୁଦ୍ଧା ପ୍ରତ୍ୟକ୍ଷ ନିଯୁକ୍ତି ପ୍ରକ୍ରିୟାରେ ନିଯୁକ୍ତି ପୂରଣ କରିବାକୁ ନିର୍ଦ୍ଦେଶ ରହିଛି।

ଖାଲି ପଡ଼ିଥିବା ପଦବୀ ମଧ୍ୟରୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସର୍ବାଧିକ ୮ ହଜାର୩୫୮, ପଞ୍ଚାୟତିରାଜ ବିଭାଗର ୪ ହଜାର ୪୨, ସ୍ୱାସ୍ଥ୍ୟ ବିଭାଗର ୩ ହଜାର ୬୭୭ ଟି ଏବଂ ସ୍ବାସ୍ଥ୍ୟ ବିଭାଗରେ ୩,୬୭୭ଟି ପଦବୀ ପୂରଣ କରାଯିବ। ୧୦ଟି ବିଭାଗରେ ୪୪ ହଜାର୯୦୯ଟି ଗ୍ରୁପ ସି ପଦବୀ ଖାଲି ପଡ଼ିଥିବା ବେଳେ ୨୨ ହଜାର ୮୯୬ ପଦବୀ ପୂରଣ ପାଇଁ ବିଭାଗ ଗୁଡିକୁ ନିର୍ଦ୍ଦେଶ ଦେଇଛନ୍ତି ସରକାର।

ଏହି ନିଯୁକ୍ତି ପ୍ରକ୍ରିୟା ରାଜ୍ୟରେ ବେକାରୀ ସମସ୍ୟା ହ୍ରାସ କରିବା ସହିତ ବିଭିନ୍ନ ବିଭାଗରେ ସେବାର ଗୁଣବତ୍ତା ବୃଦ୍ଧି କରିବ ବୋଲି ଆଶା କରାଯାଉଛି। ମୁଖ୍ୟ ସଚିବଙ୍କ ନିର୍ଦ୍ଦେଶ ଅନୁଯାୟୀ, ସମସ୍ତ ବିଭାଗକୁ ନିଯୁକ୍ତି ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବାକୁ କୁହାଯାଇଛି। ଏହି ଘୋଷଣା ରାଜ୍ୟର ବେକାର ଯୁବକମାନଙ୍କ ମଧ୍ୟରେ ଆଶାର ସଞ୍ଚାର କରିଛି। ନିଯୁକ୍ତି ପ୍ରକ୍ରିୟା ସମ୍ପର୍କରେ ଅଧିକ ସୂଚନା ପାଇଁ ସମ୍ପୃକ୍ତ ବିଭାଗର ଅଫିସିଆଲ ୱେବସାଇଟ ଦେଖିବାକୁ ପରାମର୍ଶ ଦିଆଯାଇଛି।

Leave A Reply

Your email address will not be published.