ପ୍ରମୁଖ ଖବର

ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍‌ ଡ୍ରଗ୍‌ ଟେଷ୍ଟରେ ପଜିଟିଭ୍‌
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ

ଅଗଷ୍ଟ ୩୧ ସୁଦ୍ଧା ନିଯୁକ୍ତି ହେବେ ୨୨୮୯୬ କର୍ମଚାରୀ

0

ଭୁବନେଶ୍ବର: ଖୁଵଶୀଘ୍ର ପୂରଣ ହେବ ୨୨ହଜାର ୮୯୬ ଗ୍ରୁପ ସି ପଦବୀ। ରାଜ୍ୟ ସରକାରଙ୍କ ୧୦ ବିଭାଗର ଗ୍ରୁପ ସି ର ୨୨ ହଜାର ୮୯୬ ପଦବୀ ପୂରଣ ପାଇଁ ମୁଖ୍ୟ ସଚିବଙ୍କ ନିର୍ଦ୍ଦେଶ। ଅଗଷ୍ଟ ୩୧ ସୁଦ୍ଧା ପ୍ରତ୍ୟକ୍ଷ ନିଯୁକ୍ତି ପ୍ରକ୍ରିୟାରେ ନିଯୁକ୍ତି ପୂରଣ କରିବାକୁ ନିର୍ଦ୍ଦେଶ ରହିଛି।

ଖାଲି ପଡ଼ିଥିବା ପଦବୀ ମଧ୍ୟରୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସର୍ବାଧିକ ୮ ହଜାର୩୫୮, ପଞ୍ଚାୟତିରାଜ ବିଭାଗର ୪ ହଜାର ୪୨, ସ୍ୱାସ୍ଥ୍ୟ ବିଭାଗର ୩ ହଜାର ୬୭୭ ଟି ଏବଂ ସ୍ବାସ୍ଥ୍ୟ ବିଭାଗରେ ୩,୬୭୭ଟି ପଦବୀ ପୂରଣ କରାଯିବ। ୧୦ଟି ବିଭାଗରେ ୪୪ ହଜାର୯୦୯ଟି ଗ୍ରୁପ ସି ପଦବୀ ଖାଲି ପଡ଼ିଥିବା ବେଳେ ୨୨ ହଜାର ୮୯୬ ପଦବୀ ପୂରଣ ପାଇଁ ବିଭାଗ ଗୁଡିକୁ ନିର୍ଦ୍ଦେଶ ଦେଇଛନ୍ତି ସରକାର।

ଏହି ନିଯୁକ୍ତି ପ୍ରକ୍ରିୟା ରାଜ୍ୟରେ ବେକାରୀ ସମସ୍ୟା ହ୍ରାସ କରିବା ସହିତ ବିଭିନ୍ନ ବିଭାଗରେ ସେବାର ଗୁଣବତ୍ତା ବୃଦ୍ଧି କରିବ ବୋଲି ଆଶା କରାଯାଉଛି। ମୁଖ୍ୟ ସଚିବଙ୍କ ନିର୍ଦ୍ଦେଶ ଅନୁଯାୟୀ, ସମସ୍ତ ବିଭାଗକୁ ନିଯୁକ୍ତି ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବାକୁ କୁହାଯାଇଛି। ଏହି ଘୋଷଣା ରାଜ୍ୟର ବେକାର ଯୁବକମାନଙ୍କ ମଧ୍ୟରେ ଆଶାର ସଞ୍ଚାର କରିଛି। ନିଯୁକ୍ତି ପ୍ରକ୍ରିୟା ସମ୍ପର୍କରେ ଅଧିକ ସୂଚନା ପାଇଁ ସମ୍ପୃକ୍ତ ବିଭାଗର ଅଫିସିଆଲ ୱେବସାଇଟ ଦେଖିବାକୁ ପରାମର୍ଶ ଦିଆଯାଇଛି।

Leave A Reply

Your email address will not be published.