ପ୍ରମୁଖ ଖବର

ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ

ଖାଇକୁ ଓଲଟିଲା ସିଆରପିଏଫ୍‍ ଗାଡି, ୩ଯବାନ ସହିଦ

0

ଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍ମୀରର ଉଧମପୁରରେ ଏକ ବଡ ଦୁର୍ଘଟଣା ଘଟିଛି। ଉଧମପୁର ଜିଲାର କାଣ୍ଡୱା-ବସନ୍ତଗଡ ଅଞ୍ଚଳରେ ଏକ ସିଆରପିଏଫ୍‍ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୩ ଜଣ ଯବାନ ସହିଦ ହୋଇଥିବା ବେଳେ ୧୬ ଜଣ ଯବାନ ଗୁରୁତର ଆହତହୋଇଛନ୍ତି। ଉଧମପୁରର ଅତିରିକ୍ତ ଏସପି ସନ୍ଦୀପ ଭଟଙ୍କ ସୂଚନାନୁସାରେ, ପୋଲିସ ଟିମ୍ ଘଟଣାସ୍ଥଳକୁ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ ଏବଂ ସମସ୍ତ ଆହତ ଜବାନଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ଦୁର୍ଘଟଣାରେ ଦୁଇଜଣ ଘଟଣାସ୍ଥଳରେ ମୃତ୍ୟୁବରଣ କରିଥିବାବେଳେ ଜଣେ ହସ୍ପିଟାଲ ଯିବା ବାଟରେ ମୃତ୍ୟୁବରଣ କରିଥିଲେ।

ସୂଚନା ଅନୁଯାୟୀ,ଜମ୍ମୁ ଓ କାଶ୍ମୀରର ଉଧମପୁର ଜିଲ୍ଲାର ଯବାନମାନେ ବସନ୍ତଗଡ଼ରୁ ଏକ ଅପରେସନରୁ ଫେରୁଥିବା ବେଳେ ସକାଳ ୧୦ଟା ୩୦ ସମୟରେ କାଣ୍ଡଭା ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଥିଲା। ଗାଡ଼ିଟି ଫୋର୍ସର ୧୮୭ ବାଟାଲିୟନର ଥିଲା। ଏହି ଘଟଣାରେ ଜମ୍ମୁ ଓ କାଶ୍ମୀରର ଲେଫ୍ଟନାଣ୍ଟ ଗଭର୍ଣ୍ଣର ମନୋଜ ସିନ୍ହା ମଧ୍ୟ ଦୁଃଖ ପ୍ରକାଶ କରିଛନ୍ତି। “ଉଧମପୁର ନିକଟରେ ଦୁର୍ଘଟଣାରେ ସିଆରପିଏଫ୍ କର୍ମଚାରୀଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦ ଘଟଣା ବୋଲି କହିଚନ୍ତି। ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି।

କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂହ ଏକ୍ସରେ ସୂଚନା ଦେଇ କହିଛନ୍ତି ଯେ କାଣ୍ଡୱା-ବସନ୍ତଗଡ ଅଞ୍ଚଳରେ ଏକ ସିଆରପିଏଫ୍‍ ଗାଡି ସହିତ ଘଟିଥିବା ଦୁର୍ଘଟଣା କଥା ଶୁଣି ମୁଁ ମର୍ମାହତ । ଗାଡିରେ ଅନେକ ବୀର ଯବାନମାନେ ଯାତ୍ରା କରୁଥିଲେ। ଦୁର୍ଘଟଣା ପରେ ସ୍ଥାନୀୟ ଲୋକମାନେ ଉଦ୍ଧାର ପାଇଁ ଆଗେଇ ଆସିଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛି ଏବଂ ସମସ୍ତ ଆହତଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି ।

Leave A Reply

Your email address will not be published.