ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ପରଲୋକରେ ପୂର୍ବତନ ଉପବାଚସ୍ପତି ବିଭୂତି ଭୂଷଣ ସିଂ ମର୍ଦ୍ଦରାଜ

0

ନୟାଗଡ଼: ଓଡ଼ିଶାର ବରିଷ୍ଠ ରାଜନେତା , ବିଧାନସଭାର ପୂର୍ବତନ ଉପବାଚ଼ସ୍ପତି ତଥା ଖଣ୍ଡପଡ଼ାଗଡ଼ର ରାଜା ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କର ଗୁରୁବାର ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ସେ ପୂର୍ବତନ ମନ୍ତ୍ରୀ ଭାବେ ରାଜ୍ୟ ରାଜନୀତିରେ ଗୁରୁତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ହୋଇଥିଲା ।
ବିଭୂତି ଭୂଷଣ ସିଂ ମର୍ଦ୍ଦରାଜଙ୍କ ପରିବାରରେ ତାଙ୍କ ସ୍ତ୍ରୀ, ପୁତ୍ର ଓ ଝିଅ ରହିଛନ୍ତି । ସେ ଖଣ୍ଡପଡ଼ାର ରାଜକୀୟ ପରିବାରର ଜଣେ ସଦସ୍ୟ ଅଟନ୍ତି । ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲୁଥିବା ବେଳେ ପ୍ରାୟ ରାତି ୧୨ .୩୦ ସମୟରେ ତାଙ୍କର ମୃତ୍ୟୁ ଘଟିଛି । ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ବ୍ୟକ୍ତ କରିଛନ୍ତି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜ ଏକ୍ସ ହ୍ୟାଣ୍ଡେଲ ମାଧ୍ୟମରେ ଦୁଃଖପ୍ରକାଶ କରି କହିଛନ୍ତି, “ପୂର୍ବତନ ମନ୍ତ୍ରୀ ଏବଂ ଓଡ଼ିଶା ବିଧାନସଭାର ପୂର୍ବତନ ଉପବାଚସ୍ପତି ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଗଭୀର ଦୁଃଖିତ। ମୁଁ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ସ୍ୱର୍ଗତ ଆତ୍ମାର ଅନନ୍ତ ଶାନ୍ତି ପାଇଁ ପ୍ରାର୍ଥନା କରୁଛି ଏବଂ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି। ଓମ୍ ଶାନ୍ତି ।”
ବିଭୂତି ଭୂଷଣ ଖଣ୍ଡପଡ଼ା ଆସନରୁ ତିନି ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ଏବଂ ବିଧାନସଭାରେ ଉପବାଚସ୍ପତି ଭାବେ ମଧ୍ୟ ଦାୟିତ୍ବ ତୁଲାଇଥିଲେ। ସେ କଂଗ୍ରେସ ଦଳ ସହ ଦୀର୍ଘ ବର୍ଷ ଧରି ଜଡ଼ିତ ରହି ରାଜ୍ୟର ରାଜନୈତିକ ଓ ସାମାଜିକ କ୍ଷେତ୍ରରେ ନିଜର ଅବଦାନ ରଖିଥିଲେ। ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜ ଓଡ଼ିଶାର ରାଜନୈତିକ ଦୃଶ୍ୟପଟରେ ଜଣେ ପ୍ରମୁଖ ବ୍ୟକ୍ତିତ୍ୱ ଥିଲେ ।
ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀରୁ ତିନିଥର ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ ।୧୯୮୦ ମସିହାରେ, ସେ ପ୍ରଥମ ଥର ପାଇଁ ଖଣ୍ଡପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରୁ ସ୍ୱାଧୀନ ପ୍ରାର୍ଥୀ ଭାବେ ନିର୍ବାଚିତ ହୋଇଥିଲେ । ପରେ, ସେ ୧୯୮୫ ଏବଂ ୧୯୯୫ ମସିହାରେ ଖଣ୍ଡପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରୁ ଭାରତୀୟ ଜାତୀୟ କଂଗ୍ରେସ ଟିକେଟରେ ବିଜୟୀ ହୋଇଥିଲେ ।
ତାଙ୍କ ରାଜନୈତିକ କ୍ୟାରିୟରରେ, ସେ ମନ୍ତ୍ରୀ ଏବଂ ଉପବାଚସ୍ପତି ସମେତ ଅନେକ ପଦବୀରେ ରହିଥିଲେ। ସେ ଡିସେମ୍ବର ୭, ୧୯୮୯ ରୁ ମାର୍ଚ୍ଚ ୩, ୧୯୯୦ ପର୍ଯ୍ୟନ୍ତ ରାଜ୍ୟ, ପର୍ଯ୍ୟଟନ ଏବଂ ସଂସ୍କୃତି ମନ୍ତ୍ରୀ ଏବଂ ଯୋଜନା ଏବଂ ସମନ୍ୱୟ ବିଭାଗ ରାଷ୍ଟ୍ରମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ । ୧୫ ମାର୍ଚ୍ଚ ୧୯୯୬ ରୁ ଫେବୃଆରୀ ୨୯, ୨୦୦୦ ପର୍ଯ୍ୟନ୍ତ ଉପବାଚସ୍ପତି ଭାବରେ ଯୋଗ ଦେଇଥିଲେ । ତାଙ୍କ ବିୟୋଗରେ ରାଜ୍ୟ ରାଜନୀତିରେ ଏକ ବଡ଼ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି। ବିଭିନ୍ନ ମହଲରୁ ତାଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରାଯାଇଛି।

Leave A Reply

Your email address will not be published.