ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

ରାଜ୍ୟରେ ବର୍ଷା ସମ୍ଭାବନା

0

ଭୁବନେଶ୍ଵର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ଦକ୍ଷିଣ ବାଂଲାଦେଶ ଆଖପାଖ ବାୟୁମଣ୍ଡଳ ଉପରିଭାଗରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

ଏହି କ୍ଷେତ୍ର ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ବାଲେଶ୍ଵର, ଭଦ୍ରକ, ଯାଜପୁର, କେଉଁଝର, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼ ,ଅନୁଗୁଳ,ଢ଼େଙ୍କାନାଳ ଜିଲ୍ଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ସେହିପରି ଆସନ୍ତା ୧୪ ଅଗଷ୍ଟ ବେଳକୁ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ/ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ଏହି କ୍ଷେତ୍ର ଅଧିକ ଘନୀଭୂତ ହୋଇପାରେ। ଏହା ପ୍ରଭାବରେ ମୌସୁମୀ ବାୟୁ ସକ୍ରିୟ ରହିବା ସହ ୧୪ -୧୮ ତାରିଖ ଯାଏଁ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି। କିଛି ଅଞ୍ଚଳରେ ଏହି ସମୟରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଅଧ୍ୟାପକ- ସାର୍ଥକ ମିଶ୍ର

Leave A Reply

Your email address will not be published.