ପ୍ରମୁଖ ଖବର

ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍‌ ଡ୍ରଗ୍‌ ଟେଷ୍ଟରେ ପଜିଟିଭ୍‌
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ

ରାଜ୍ୟରେ ବର୍ଷା ସମ୍ଭାବନା

0

ଭୁବନେଶ୍ଵର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ଦକ୍ଷିଣ ବାଂଲାଦେଶ ଆଖପାଖ ବାୟୁମଣ୍ଡଳ ଉପରିଭାଗରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

ଏହି କ୍ଷେତ୍ର ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ବାଲେଶ୍ଵର, ଭଦ୍ରକ, ଯାଜପୁର, କେଉଁଝର, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼ ,ଅନୁଗୁଳ,ଢ଼େଙ୍କାନାଳ ଜିଲ୍ଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ସେହିପରି ଆସନ୍ତା ୧୪ ଅଗଷ୍ଟ ବେଳକୁ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ/ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ଏହି କ୍ଷେତ୍ର ଅଧିକ ଘନୀଭୂତ ହୋଇପାରେ। ଏହା ପ୍ରଭାବରେ ମୌସୁମୀ ବାୟୁ ସକ୍ରିୟ ରହିବା ସହ ୧୪ -୧୮ ତାରିଖ ଯାଏଁ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି। କିଛି ଅଞ୍ଚଳରେ ଏହି ସମୟରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଅଧ୍ୟାପକ- ସାର୍ଥକ ମିଶ୍ର

Leave A Reply

Your email address will not be published.