ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

କୋରାପୁଟରେ ସ୍କୁଲ ଛାତ୍ରୀଙ୍କ ହାତରୁ ରାକ୍ଷୀ ବାନ୍ଧିଲେ ମୁଖ୍ୟମନ୍ତ୍ରୀ

0

କୋରାପୁଟ: ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା। ଆଜି କୋରାପୁଟର ଜୟପୁର ଠାରେ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଆୟୋଜିତ ପବିତ୍ର ରକ୍ଷା ବନ୍ଧନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ହାତରେ ରାକ୍ଷୀ ବାନ୍ଧିଲେ କୁନିକୁନି ଛାତ୍ରୀମାନେ। ମୁଖ୍ୟମନ୍ତ୍ରୀଙ୍କୁ ମିଠା ଖୁଆଇଲେ ପିଲାମାନେ। ସମସ୍ତଙ୍କୁ ଆଶୀର୍ବାଦ ଦେଲେ ମୁଖ୍ୟମନ୍ତ୍ରୀ।

ତେବେ ମୁଖ୍ୟମନ୍ତ୍ରୀଙ୍କ ବ୍ୟତୀତ ଏହି ଅବସରରେ ଉପସ୍ଥିତ ଥିବା ଦୁଇ ଉପ ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଓ ପ୍ରଭାତି ପରିଡାଙ୍କ ହାତରେ ମଧ୍ୟ ରାକ୍ଷୀ ବାନ୍ଧିଛନ୍ତି ଏହି ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରୀ ମାନେ। ଅନ୍ୟପକ୍ଷେ କଂଗ୍ରେସ ବିଧାୟକ ତାରା ବାହିନୀପତିଙ୍କ ହାତରେ ରାକ୍ଷୀ ବାନ୍ଧିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ସମ‌ସ୍ତେ ରାକ୍ଷୀ ବାନ୍ଧିବାର କାର୍ଯ୍ୟକ୍ରମ ସଂପୂର୍ଣ୍ଣ ନିଆରା। ସମୃଦ୍ଧ ଓଡ଼ିଶା ଗଠନ ଦିଗରେ ଆମ ସରକାର କାର୍ଯ୍ୟ କରୁଛି। ବିକଶିତ ଭାରତ ଗଠନରେ ଓଡ଼ିଶା ଗୁରୁତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବ। ସମାଜର ୪ଟି ବର୍ଗର ବ୍ୟକ୍ତିମାନଙ୍କ ପାଇଁ ବିଶେଷ କାମ କରୁଛନ୍ତି। ଓଡ଼ିଶାର ଦକ୍ଷିଣାଞ୍ଚଳରେ ଜୟପୁରରେ ସରକାରଙ୍କ ଯୋଜନା ପହଞ୍ଚାଇବା ଆମର ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Leave A Reply

Your email address will not be published.