ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

କୋରାପୁଟରେ ସ୍କୁଲ ଛାତ୍ରୀଙ୍କ ହାତରୁ ରାକ୍ଷୀ ବାନ୍ଧିଲେ ମୁଖ୍ୟମନ୍ତ୍ରୀ

0

କୋରାପୁଟ: ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା। ଆଜି କୋରାପୁଟର ଜୟପୁର ଠାରେ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଆୟୋଜିତ ପବିତ୍ର ରକ୍ଷା ବନ୍ଧନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ହାତରେ ରାକ୍ଷୀ ବାନ୍ଧିଲେ କୁନିକୁନି ଛାତ୍ରୀମାନେ। ମୁଖ୍ୟମନ୍ତ୍ରୀଙ୍କୁ ମିଠା ଖୁଆଇଲେ ପିଲାମାନେ। ସମସ୍ତଙ୍କୁ ଆଶୀର୍ବାଦ ଦେଲେ ମୁଖ୍ୟମନ୍ତ୍ରୀ।

ତେବେ ମୁଖ୍ୟମନ୍ତ୍ରୀଙ୍କ ବ୍ୟତୀତ ଏହି ଅବସରରେ ଉପସ୍ଥିତ ଥିବା ଦୁଇ ଉପ ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଓ ପ୍ରଭାତି ପରିଡାଙ୍କ ହାତରେ ମଧ୍ୟ ରାକ୍ଷୀ ବାନ୍ଧିଛନ୍ତି ଏହି ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରୀ ମାନେ। ଅନ୍ୟପକ୍ଷେ କଂଗ୍ରେସ ବିଧାୟକ ତାରା ବାହିନୀପତିଙ୍କ ହାତରେ ରାକ୍ଷୀ ବାନ୍ଧିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ସମ‌ସ୍ତେ ରାକ୍ଷୀ ବାନ୍ଧିବାର କାର୍ଯ୍ୟକ୍ରମ ସଂପୂର୍ଣ୍ଣ ନିଆରା। ସମୃଦ୍ଧ ଓଡ଼ିଶା ଗଠନ ଦିଗରେ ଆମ ସରକାର କାର୍ଯ୍ୟ କରୁଛି। ବିକଶିତ ଭାରତ ଗଠନରେ ଓଡ଼ିଶା ଗୁରୁତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବ। ସମାଜର ୪ଟି ବର୍ଗର ବ୍ୟକ୍ତିମାନଙ୍କ ପାଇଁ ବିଶେଷ କାମ କରୁଛନ୍ତି। ଓଡ଼ିଶାର ଦକ୍ଷିଣାଞ୍ଚଳରେ ଜୟପୁରରେ ସରକାରଙ୍କ ଯୋଜନା ପହଞ୍ଚାଇବା ଆମର ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Leave A Reply

Your email address will not be published.