କାମାକ୍ଷାନଗର: ହରାଇ କେନାଳକୁ ଓଲଟିଲା ଏକ ଘରୋଇ ଯାତ୍ରୀବାହୀ ବସ, ୧୫ ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ସୂଚନା। ଏପରି ଏକ ଅଘଟଣ ଘଟିଛି ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର, ତୁମୁସିଂହାର କନ୍ତି ଓ ପୁଟସାହି କେନାଳ ରାସ୍ତାରେ। ସମସ୍ତ ଆହାତଙ୍କୁ ସ୍ଥାନୀୟ ଆଁଅଣା ବେରଣୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ପ୍ରାୟ ୭୦ ଯାତ୍ରୀଙ୍କୁ ନେଇ ଢେଙ୍କାନାଳ ପରଜଙ୍ଗରୁ ରାଜଧାନୀ ଭୁବନେଶ୍ୱର ଅଭିମୁଖେ ଯାଉଥିଲା ଏକ ଘରୋଇ ବସ୍। ତୁମୁସିଂହାର କନ୍ତି ଓ ପୁଟସାହି କେନାଳ ରାସ୍ତାରେ ଯିବା ସମୟରେ ହଠାତ୍ ଭାରସାମ୍ୟ ହରାଇ ରେଙ୍ଗାଲି ଶାଖା କେନାଲ ଭିତରକୁ ଓଲଟି ଦୁର୍ଘଟଣା ଗ୍ରସ୍ତ ହୋଇଥିଲା। ଏହାପରେ ସଙ୍ଗେ ସଙ୍ଗେ ଘଟଣାସ୍ଥଳରେ ସ୍ଥାନୀୟ ଲୋକେ ପହଞ୍ଚି ଯାତ୍ରୀଙ୍କୁ ବସ ଭିତରୁ ସୁରକ୍ଷିତ ଉଦ୍ଧାର ଆରମ୍ଭ କରିଥିଲେ। ଅଗ୍ନିଶମ ବାହିନୀ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରି ସ୍ଥାନୀୟ ଆଁଅଣା ବେରଣୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ଏହି ଦୁର୍ଘଟଣାରେ ୧୫ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ ହୋଇଥିବା ବେଳେ କାହାର ପ୍ରାଣହାନୀ ହୋଇନାହିଁ।
ପ୍ରମୁଖ ଖବର
ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍ପିଜି ଟ୍ୟାଙ୍କର୍