ପ୍ରମୁଖ ଖବର

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ
ମାର୍ଚ୍ଚ ୧୬ରେ ରାଜ୍ୟସଭା ନିର୍ବାଚନ
କଟକରେ ଗୁଳିକାଣ୍ଡ: ଯୁବକ ମୃତ୍ୟୁ

ମହିଳାଙ୍କୁ ସରାକରଙ୍କ ରାକ୍ଷୀ ଭେଟି, ଆସିଲା ସୁଭଦ୍ରାର ୩ୟ କିସ୍ତି ଟଙ୍କା

0

ଜୟପୁର: ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଆସିଲା ‘ସୁଭଦ୍ରା’ ୩ୟ କିସ୍ତି ଟଙ୍କା। ରାଖୀ ପୂର୍ଣ୍ଣିମା ଅବସରରେ କୋରାପୁଟ ଜିଲ୍ଲା ଜୟପୁରରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଟଙ୍କା ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୧ କୋଟିରୁ ଊର୍ଦ୍ଧ୍ବ ହିତାଧିକାରୀଙ୍କୁ ବ୍ୟାଙ୍କ ଖାତାକୁ ଗଲା ‘ସୁଭଦ୍ରା’ ଟଙ୍କା। ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଗଲା ୫ ହଜାର ଲେଖାଏଁ ଟଙ୍କା।

ସୁଭଦ୍ରା’ ୩ୟ କିସ୍ତି ବଣ୍ଟନ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ। ସେ କିହିଛନ୍ତି ଯେ, ରାଜ୍ୟର ସର୍ବବୃହତ ମହିଳା ସଶକ୍ତୀକରଣ ଯୋଜନା ହେଉଛି ସୁଭଦ୍ରା। ଗୋଟିଏ ବଟନ ଚିପି ୧ କୋଟି ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ପଠାଇ ପାରିଛୁ। ନାରୀକୁ ସ୍ବାବଲମ୍ବୀ କରିବା ପାଇଁ ଏହି ସୁଭଦ୍ରା ଯୋଜନା କରାଯାଇଛି। ପ୍ରତିବର୍ଷ ରାକ୍ଷୀ ପୂର୍ଣ୍ଣିମା, ଅନ୍ତର୍ଜାତୀୟ ମହିଳା ଦିବସରେ ପ୍ରଦାନ କରାଯାଉଛି ବୋଲି କହିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେହି ଆଧାରରେ ଆଜି ରାକ୍ଷୀ ପୂର୍ଣ୍ଣିମାରେ ହିତାଧିକାରୀଙ୍କ ଖାତାକୁ ଯାଇଛି ଟଙ୍କା।

ତେବେ ଯେଉଁ ହିତାଧିକାରୀ ଭାବେ ପ୍ରଥମ ଦୁଇଟି କିସ୍ତିରେ ଟଙ୍କା ପାଇନାହାନ୍ତି, ସେମାନଙ୍କୁ ମଧ୍ୟ ଟଙ୍କା ପ୍ରଦାନ ପାଇଁ ପ୍ରକ୍ରିୟା ଆରମ୍ଭ ହେବ। ଏପର୍ଯ୍ୟନ୍ତ ୨ଲକ୍ଷ ହିତାଧିକାରୀ ବାଦ୍ ପଡ଼ିଛନ୍ତି। ସେମାନଙ୍କୁ ଯୋଡ଼ିବା ପାଇଁ ଆଉଥରେ ସର୍ଭେ ହେବ। ୯୩ ହଜାର ହିତାଧିକାରୀ ମହିଳାଙ୍କୁ ୬୦ ବର୍ଷ ପୁରିଥିବାରୁ ବିଭାଗ ସେମାନଙ୍କୁ ଭତ୍ତା ପାଇଁ ଏସଏସଇପିଡିକୁ ପଠାଇଛି।

ସୁଭଦ୍ରା ଯୋଜନାରେ ୧ କୋଟି ୬୫ ହଜାର ୮୭୭ ଜଣ ମହିଳା ପ୍ରଥମ କିସ୍ତି ଟଙ୍କା ପାଇଛନ୍ତି। ସେହିପରି ୯୮ ଲକ୍ଷ ୮୨ ହଜାର ୯୨ ଜଣ ମହିଳା ଦ୍ୱିତୀୟ କିସ୍ତି ଟଙ୍କା ପାଇଛନ୍ତି। ପ୍ରଥମ କିସ୍ତି ଟଙ୍କା ଗତବର୍ଷ ସେପ୍ଟେମ୍ବର ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନରେ ପ୍ରଦାନ କରାଯାଇଥିଲା। ଏହା ପରେ ଚଳିତବର୍ଷ ମହିଳା ଦିବସରେ ଦ୍ୱିତୀୟ କିସ୍ତି ଦିଆଯାଇଥିଲା।

Leave A Reply

Your email address will not be published.