ପ୍ରମୁଖ ଖବର

ଫିଟନେସ୍‌ ବିନା ରାସ୍ତାରେ ଗଡ଼ିବନି ଗାଡ଼ି; ନିୟମ ଭଙ୍ଗିଲେ ହେବ ଜବତ
ଭୁବନେଶ୍ୱରରେ ନିର୍ମାଣ ହେବ ୬୦୦ କୋଟି ଟଙ୍କାର ଅତ୍ୟାଧୁନିକ ରାଜସ୍ୱ ଭବନ
ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ
ଶିଶୁ ବାଟିକା ଶିକ୍ଷକ ନିଯୁକ୍ତି ନେଇ ଭାଇରାଲ ଚିଠି ଜାଲ୍, ସ୍ପଷ୍ଟ କଲା ଗଣଶିକ୍ଷା ବିଭାଗ
ୱାୟାନାଡରେ ଭୟଙ୍କର ଭୂସ୍ଖଳନ: ୩ ମୃତ, ୭ ନିଖୋଜ; ଜାରି ରହିଛି ଉଦ୍ଧାର କାର୍ଯ୍ୟ
ନାଟୋ ସମ୍ମିଳନୀ ପୂର୍ବରୁ ୟୁକ୍ରେନ୍‌ ଉପରେ ରୁଷର ଭୟଙ୍କର ଆକ୍ରମଣ, ୨୩ ମୃତ
ତେଲ ନଦୀରେ ଭାସି ଯାଇ ବୃଦ୍ଧଙ୍କ ମୃତ୍ୟୁ
ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦୀ
ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି
ଭୁବନେଶ୍ବର: ଦାମୀ ଗାଡ଼ିରେ ବ୍ରାଉନସୁଗାର କାରବାର, ବାପ–ପୁଅ ଗିରଫ

ଜବତ ହେଲା ଦୁର୍ଘଟଣାଘଟାଇଥିବା ଥର୍

0

ଭୁବନେଶ୍ଵର: ରାଜଧାନୀରେ ହିଟ ଆଣ୍ଡ ରନ ଘଟଣାରେ କିଲର ଥର୍ ଜବତ। ରାଜଧାନୀରେ ଥର୍-ସ୍କର୍ପିଓ ରେସରେ କୁନି ଝିଅର ମୃତ୍ୟୁ ଘଟଣାରେ ଥର୍ କୁ ଜବତ କଲା ଖଣ୍ଡଗିରି ପୋଲିସ୍। ଦୁର୍ଘଟଣା ଘଟାଇ ଫେରାର ହୋଇଯାଇଥିବା ଗାଡ଼ିଟିକୁ ଜଟଣୀ ଅଞ୍ଚଳରୁ ଜବତ କରାଯାଇଛି। ଗାଡ଼ିଟିକୁ ଜଟଣୀ ଥାନା ଅଞ୍ଚଳରେ ଛାଡ଼ି ଫେରାର୍ ହୋଇଯାଇଛି ଗାଡ଼ି ଚାଳକ। ଥରଟି ଜଟଣୀ କୁସୁମାଟି ଅଞ୍ଚଳର ହୋଇଥିବା ସୂଚନା ମିଳିଛି। ଗତକାଲି ସନ୍ଧ୍ୟାରେ ଭୁବନେଶ୍ଵରର ପାତ୍ରପଡ଼ା ନିକଟରେ ଦୁର୍ଘଟଣା ଘଟି ଜଣେ ୮ ବର୍ଷୀୟା ନାବାଳିକାର ମୃତ୍ୟୁ ଘଟିଥିଲା।

ଏହାର ପ୍ରତିବାଦରେ ଆଜି ଫୁଲେଶ୍ଵରୀ ବସ୍ତିର ଲୋକମାନେ ଜାତୀୟ ରାଜପଥ ଅବରୋଧ କରିଛନ୍ତି। ଫୁଟ୍ ଓଭର ବ୍ରିଜ୍ ନିର୍ମାଣ ଦାବିରେ ଟାୟାର ଜାଳି ରାସ୍ତା ଅବରୋଧ କରାଯାଇଛି। ଫଳରେ ରାସ୍ତାର ଉଭୟ ପାର୍ଶ୍ବରେ ଶହ ଶହ ଗାଡି ଅଟକି ରହିଛି। ସୂଚନା ଅନୁସାରେ, ପାତ୍ରପଡ଼ା ନିକଟ ଭି-୨ ଶପିଂ ମଲ ପାଖରେ ମା’, ପୁଅ ଏବଂ ଝିଅ ହାତ ଧରାଧରି ହୋଇ ରାସ୍ତା ପାର ହେଉଥିବା ସମୟରେ ଏକ ଥର ଗାଡ଼ି ସେମାନଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ଝିଅର ମୃତ୍ୟୁ ହୋଇଯାଇଥିଲା। ଦୁର୍ଘଟଣାରେ ମା’ ଓ ପୁଅ ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ଵର ଏମ୍‌ସକୁ ସ୍ଥାନାନ୍ତର କରାଯାଇଛି। ଝିଅଟି ତା’ ମାମୁଁ ଘରକୁ ରାକ୍ଷୀ ବାନ୍ଧିବାକୁ ମା’ ଓ ଭାଇ ସହିତ ଯାଇଥିଲା। ସେଠାରୁ ଫେରିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା। ଖବରପାଇ ପୁଲିସ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନା ନେଇଥିଲା।

Leave A Reply

Your email address will not be published.