ପ୍ରମୁଖ ଖବର

କତାରର ୧୦ ବିଲିୟନ ଡଲାର ନିବେଶ ନେଇ ଆଲୋଚନା, ସୀତାରମଣ-କୁୱାରୀଙ୍କ ବୈଠକ
ସେପ୍ଟେମ୍ବର ୩୦ ଓଡ଼ିଶା ବନ୍ଦ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
କଟକରେ ଶିକ୍ଷକ ପଦୋନ୍ନତି ପ୍ରକ୍ରିୟା ଉପରେ ହାଇକୋର୍ଟଙ୍କ ରୋକ
ପାଠ୍ୟପୁସ୍ତକ ତ୍ରୁଟି ନେଇ ପିଏମଓର ହସ୍ତକ୍ଷେପ, ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଲା କେନ୍ଦ୍ର
ନୀରୁଙ୍କୁ ସୁନା, ଏସିଆନ୍ ଗେମ୍ସରେ ଇତିହାସ ରଚିଲା ଭାରତ
୫ ଦିନରେ ସରିଗଲା ୯ ଦିନିଆ ଅଧିବେଶନ, ୯୫୦ ପ୍ରଶ୍ନରୁ ମିଳିଲା ୮ଟିର ଉତ୍ତର
ସୁପ୍ରିମକୋର୍ଟକୁ ଯିବେ ଦିଲ୍ଲୀ ହାଇକୋର୍ଟ ମୁଖ୍ୟ ବିଚାରପତି, କଲେଜିୟମର ସୁପାରିସ

୩ ଦିନିଆ ଓଡିଶା ଗସ୍ତରେ ଆସିବେ ମୋହନ ଭାଗବତ

0

ଭୁବନେଶ୍ଵର: ୩ ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସରସଂଘଚାଳକ ଡ.ମୋହନ ଭାଗବତ। ସୂଚନାମୁତାବକ ଅଗଷ୍ଟ ୧୩ ତାରିଖ ଦିନ ସଂଧ୍ୟାରେ ଭୁବନେଶ୍ୱରରେ ପହଁଚିବେ। ସେ ତିନି ଦିନିଆ ଓଡିଶା ପ୍ରବାସ ସାରି ଅଗଷ୍ଟ ୧୫ ତାରିଖ ଦିନ ଓଡିଶାରୁ ପ୍ରତ୍ୟାବର୍ତ୍ତନ କରିବେ ବୋଲି ସଂଘର ଓଡିଶା ପୂର୍ବ ପ୍ରାନ୍ତର ପ୍ରାନ୍ତ ପ୍ରଚାର ପ୍ରମୁଖ ସୁମନ୍ତ କୁମାର ପଣ୍ଡା ପ୍ରକାଶ କରିଛନ୍ତି।

ଡ. ଭାଗବତ ଶ୍ରୀ ଗୌଡୀୟ ମିଶନ ନିମନ୍ତ୍ରଣ କ୍ରମେ ଓଡିଶା ଆସୁଛନ୍ତି। ସେ ୧୩ ତାରିଖ ଦିନ ଭୁବନେଶ୍ଵରରେ ପହଁଞ୍ଚିବା ପରେ ଉତ୍କଳ ବିପନ୍ନ ସହାୟତା ସମିତିରେ ଅବସ୍ଥାନ କରିବେ। ୧୪ ତାରିଖ ଦିନ କଟକସ୍ଥିତ ଜବାହାରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ଅନୁଷ୍ଠିତ ହେବାକୁ ଥିବା ଗୌଡୀୟ ବୈଷ୍ଣବ ସମ୍ମିଳନୀରେ ମୁଖ୍ୟ ଅତିଥିରୂପେ ଯୋଗ ଦେଇ ଉଦ୍‌ବୋଧନ ଦେବେ। ସେହି ଦିନ ସଂଧ୍ୟାରେ ପୁରୀ ଯାଇ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ କରିବେ ଓ ଗୋବଦ୍ଧନ ପୀଠର ପୂଜ୍ୟ ଶଙ୍କରାଚାର୍ଯ୍ୟ ସ୍ଵାମୀ ନିଶ୍ଚଳାନନ୍ଦ ସରସ୍ଵତୀଙ୍କୁ ଭେଟକରି ଭୁବନେଶ୍ଵର ଫେରି ଆସିବେ। ଏହାପରେ ୧୫ ତାରିଖ ଦିନ ଡ.ଭାଗବତ ଓଡିଶାରୁ ପ୍ରତ୍ୟାବର୍ତ୍ତନ କରିବେ।

Leave A Reply

Your email address will not be published.