ପ୍ରମୁଖ ଖବର

ଭାରତର ୨ ମୋଷ୍ଟ ୱାଣ୍ଟେଡ ଅପରାଧୀ ଆମେରିକାରେ ଗିରଫ
ଧାମରା ବନ୍ଦରରେ ଅନୁପ୍ରବେଶକାରୀ ହେବେ ସାବାଡ୍, ଜଗିବ ସ୍ବତନ୍ତ୍ର ଡ୍ରୋନ୍
ବିଜେଡି ନେତା ମନୋଜ ମିଶ୍ରଙ୍କ ଘରେ ଆଇଟି ରେଡ୍
ଆସନ୍ତା ୧୩ରେ ମୁଖ୍ୟମନ୍ତ୍ରୀଙ୍କ ବାଲେଶ୍ୱର ଗସ୍ତ
ଆଣ୍ଡାମାନ ନିକୋବରରେ ଶକ୍ତିଶାଳୀ ଭୂମିକମ୍ପ

ସବୁ ସରକାରୀ କାର୍ଯ୍ୟାଳୟରେ ଲାଗିବ ଏଆଇ କ୍ୟାମେରା

0

ଭୁବନେଶ୍ଵର: ମଙ୍ଗଳବାର ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଏକ ଗୁରୁତ୍ୱପୂର୍ଣ୍ଣ ସଚିବ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ୧୦ଟି ଦିଗ ଉପରେ ଫୋକସ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏପରିକି ମୁଖ୍ୟମନ୍ତ୍ରୀଙ୍କ ଅଫିସରୁ ଆସୁଥିବା UI ନୋଟ୍‌ରେ ତୁରନ୍ତ ଉତ୍ତର ସହ ଆବଶ୍ୟକ ପଦକ୍ଷେପ ନେବାକୁ ବୈଠକରେ କୁହାଯାଇଛି।
ଅନ୍ୟପକ୍ଷେ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିବା ସୂଚନା ମିଳିଛି। ଜିଲାସ୍ତରୀୟ ସବୁ ସରକାରୀ ଅଫିସରେ ଏଆଇ କ୍ୟାମେରା ଲାଗିବ ବୋଲି ବୈଠକରେ ସ୍ଥିର ହୋଇଥିବା ଜଣାପଡିଛି। ନିର୍ଦ୍ଧାରିତ ସମୟରେ ଅଧିକାରୀମାନେ ଅଫିସ୍‌ ଆସିବା ଉପରେ ଗୁରୁତ୍ବ ଦେଇଛନ୍ତି ମୁଖ୍ୟ ଶାସନ ସଚିବ । ଭଲ ପ୍ରଦର୍ଶନ ନଥିବା ଅଧିକାରୀଙ୍କ ଉପରେ ନଜର ରଖିବାକୁ ନିର୍ଦ୍ଦେଶ ହୋଇଛି। ସୁଧାର ଆଣିବାକୁ ସୁଯୋଗ ଦିଆଯିବ, ସୁଧାର ନଆସିଲେ ଆଗୁଆ ଅବସରରେ ଗୁରୁତ୍ୱ ଦିଆଯିବ। ଲୋକଙ୍କୁ ସେବା ପ୍ରଦାନରେ ବିଳମ୍ବର ଅନୁଧ୍ୟାନ କରାଯିବ।
ଏପରି କି ଲୋକଙ୍କୁ ସେବା ପ୍ରଦାନରେ ବିଳମ୍ବର ଅନୁଧ୍ୟାନ କରାଯିବ। ଅକ୍ଟୋବର ମାସରୁ ସିଏମ ଡାସ ବୋର୍ଡ ଆରମ୍ଭ ହେବ ବୋଲି ବୈଠକରେ ସ୍ଥିର କରାଯାଇଛି। କେନ୍ଦ୍ରୀୟ ସ୍କିମର ପ୍ରତିମାସ ୭ ତାରିଖରେ ଜିଲାପାଳ ସମୀକ୍ଷା କରିବେ ବୋଲି ବୈଠକରେ କୁହାଯାଇଛି।

Leave A Reply

Your email address will not be published.