ଭୁବନେଶ୍ଵର: ମଙ୍ଗଳବାର ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଏକ ଗୁରୁତ୍ୱପୂର୍ଣ୍ଣ ସଚିବ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ୧୦ଟି ଦିଗ ଉପରେ ଫୋକସ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏପରିକି ମୁଖ୍ୟମନ୍ତ୍ରୀଙ୍କ ଅଫିସରୁ ଆସୁଥିବା UI ନୋଟ୍ରେ ତୁରନ୍ତ ଉତ୍ତର ସହ ଆବଶ୍ୟକ ପଦକ୍ଷେପ ନେବାକୁ ବୈଠକରେ କୁହାଯାଇଛି।
ଅନ୍ୟପକ୍ଷେ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିବା ସୂଚନା ମିଳିଛି। ଜିଲାସ୍ତରୀୟ ସବୁ ସରକାରୀ ଅଫିସରେ ଏଆଇ କ୍ୟାମେରା ଲାଗିବ ବୋଲି ବୈଠକରେ ସ୍ଥିର ହୋଇଥିବା ଜଣାପଡିଛି। ନିର୍ଦ୍ଧାରିତ ସମୟରେ ଅଧିକାରୀମାନେ ଅଫିସ୍ ଆସିବା ଉପରେ ଗୁରୁତ୍ବ ଦେଇଛନ୍ତି ମୁଖ୍ୟ ଶାସନ ସଚିବ । ଭଲ ପ୍ରଦର୍ଶନ ନଥିବା ଅଧିକାରୀଙ୍କ ଉପରେ ନଜର ରଖିବାକୁ ନିର୍ଦ୍ଦେଶ ହୋଇଛି। ସୁଧାର ଆଣିବାକୁ ସୁଯୋଗ ଦିଆଯିବ, ସୁଧାର ନଆସିଲେ ଆଗୁଆ ଅବସରରେ ଗୁରୁତ୍ୱ ଦିଆଯିବ। ଲୋକଙ୍କୁ ସେବା ପ୍ରଦାନରେ ବିଳମ୍ବର ଅନୁଧ୍ୟାନ କରାଯିବ।
ଏପରି କି ଲୋକଙ୍କୁ ସେବା ପ୍ରଦାନରେ ବିଳମ୍ବର ଅନୁଧ୍ୟାନ କରାଯିବ। ଅକ୍ଟୋବର ମାସରୁ ସିଏମ ଡାସ ବୋର୍ଡ ଆରମ୍ଭ ହେବ ବୋଲି ବୈଠକରେ ସ୍ଥିର କରାଯାଇଛି। କେନ୍ଦ୍ରୀୟ ସ୍କିମର ପ୍ରତିମାସ ୭ ତାରିଖରେ ଜିଲାପାଳ ସମୀକ୍ଷା କରିବେ ବୋଲି ବୈଠକରେ କୁହାଯାଇଛି।
ପ୍ରମୁଖ ଖବର
ଭାରତୀୟ ପାଇଲଟ୍ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍ ଟ୍ରେନ୍ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍ଆର୍ସିଙ୍କ ପରାମର୍ଶ