ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ସ୍ୱାଧୀନତା ଦିବସ ପାଇଁ ଜାରି ହେଲା ଟ୍ରାଫିକ୍‌ କଟକଣା

0

ଭୁବନେଶ୍ୱର: ୧୫ ତାରିଖରେ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପରେଡ୍‌ ସକାଳ ୬ଟାରୁ ଆରମ୍ଭ ହେବାକୁ ଥିବାବେଳେ ସର୍ବସାଧାରଣଙ୍କ ସୁଗମନାଗମନ ଓ ପାର୍କିଂ ପାଇଁ କମିଶନରେଟ୍‌ ପୋଲିସ ପକ୍ଷରୁ ସୋମବାର ଟ୍ରାଫିକ୍‌ କଟକଣା ଜାରି କରାଯାଇଛି। କଟକଣା ସମୟରେ କୌଣସି ପ୍ରକାର ଭାରିଯାନ ରାମମନ୍ଦିର ଏବଂ ରାଜମହଲ ଛକ ପାର୍ଶ୍ୱରୁ ମାଷ୍ଟରକ୍ୟାଣ୍ଟିନ୍‌ ଛକ ଯିବାକୁ ଦିଆଯିବ ନାହିଁ। କେବଳ ଦୁଇଚକିଆ ତଥା ହାଲୁକା ଯାନ ରାଜମହଲ ଛକରୁ ମାଷ୍ଟରକ୍ୟାଣ୍ଟିନ୍‌ ଆଡ଼କୁ ଆସିପାରିବ କିନ୍ତୁ ପିଏମ୍‌ଜି ଛକ ଆଡ଼କୁ ଯିବାପାଇଁ ଅନୁମତି ଦିଆଯିବ ନାହିଁ। ହାଉସିଂବୋର୍ଡ ଛକ ପାର୍ଶ୍ୱରୁ ରବୀନ୍ଦ୍ରମଣ୍ଡପ ଆଡକୁ ଆସୁଥିବା ଯାନବାହନଗୁଡ଼ିକ କେଶରୀ ଟକିଜ୍‌ଠାରୁ ବାମପାର୍ଶ୍ୱ ଲେନ୍‌ରେ ଯିବ। ସେହିପରି ଏଜି ଛକରୁ ପିଏମ୍‌ଜି ଛକ ଆଡ଼କୁ ଆସୁଥିବା ଯାନବାହନଗୁଡ଼ିକ ସୂଚନା ଭବନ ଗଳି ରାସ୍ତା ଦେଇ ଇଡ୍‌କଲ୍‌ ଅଡିଟୋରିୟମ୍‌ ପଟୁ ଯିବ।

୧୨୦ ବାଟାଲିୟନ୍‌ ଛକରୁ ରବୀନ୍ଦ୍ରମଣ୍ଡପ ଆଡ଼କୁ ଆସୁଥିବା ସମସ୍ତ ଯାନବାହନ ଏମ୍‌.ଏଲ୍‌ଏ କଲୋନୀ ରାସ୍ତା ଦେଇ ୟୁନିଟ-୪ ନମ୍ବର ପାର୍ଶ୍ୱକୁ ଯିବେ। ମହାତ୍ମାଗାନ୍ଧୀ ମାର୍ଗ ସଂଲଗ୍ନ ସମସ୍ତ ଲେନ୍‌ ଓ ବାଇଲେନ୍‌ଗୁଡ଼ିକରେ ଯାନବାହନ ଚଳାଚଳ ବନ୍ଦ ରହିବ। କେବଳ ପଦଚାରୀମାନେ ଚାଲି ଚାଲି ଗାନ୍ଧୀ ମାର୍ଗକୁ ଆସିପାରିବେ। ତେବେ ସ୍ବାଧୀନତା ଦିବସ ଦିନ ପରେଡ୍‌ ସରିବା ଯାଏ ପିଏମ୍‌ଜି ଛକଠାରୁ ମାଷ୍ଟରକ୍ୟାଣ୍ଟିନ୍‌ ଛକରେ କୌଣସି ଗ୍ୟାସ୍‌ ବେଲୁନ୍‌ ବିକ୍ରି ହୋଇପାରିବ ନାହିଁ।

ସେହିପରି ପାର୍କିଂ ପାଇଁ ୭ଟି ସ୍ଥାନ ମଧ୍ୟ ନିର୍ଦ୍ଧାରିତ ହୋଇଛି। ରେଳଷ୍ଟେଶନ ପାଖ ବିଡିଏ ବସ୍‌ଷ୍ଟାଣ୍ଡ, କଂଗ୍ରେସ ଭବନ ପାଖ ଖୋଲାସ୍ଥାନ, ଇଡ୍‌କଲ୍‌ ଅଡିଟୋରିୟମ୍‌ ପାଖ ଖୋଲାସ୍ଥାନ, ଜୟଦେବଭବନ ସମ୍ମୁଖ ଖୋଲାସ୍ଥାନ, ୟୁନିଟ-୩ ଷ୍ଟେଟ୍‌ବ୍ୟାଙ୍କ ଅଫ୍‌ ଇଣ୍ଡିଆ ସମ୍ମୁଖ ଖୋଲାସ୍ଥାନ, ରବିନ୍ଦ୍ର ମଣ୍ଡପ ହତା ଭିତର ଖୋଲାସ୍ଥାନ ଓ ୟୁନିଟ-୨ ସରକାରୀ ବାଳିକା ବିଦ୍ୟାଳୟ ପଡ଼ିଆରେ ପାର୍କିଂ କରାଯିବ। ତେବେ ଏହି ନିର୍ଦ୍ଦେଶନାମା ଉଲ୍ଲଂଘନକାରୀଙ୍କଠାରୁ ଓଡ଼ିଶା ଅର୍ବାନ୍‌ ପୋଲିସ ଆକ୍ଟ ଧାରା ୯୬ ଅନୁଯାୟୀ ୫୦୦ କିମ୍ବା ୧୦୦୦ ଟଙ୍କା ଜରିମାନା ନିଆଯିବ ବୋଲି ସୂଚନା ଦିଆଯାଇଛି।

Leave A Reply

Your email address will not be published.