ପ୍ରମୁଖ ଖବର

ଭାରତର ୨ ମୋଷ୍ଟ ୱାଣ୍ଟେଡ ଅପରାଧୀ ଆମେରିକାରେ ଗିରଫ
ଧାମରା ବନ୍ଦରରେ ଅନୁପ୍ରବେଶକାରୀ ହେବେ ସାବାଡ୍, ଜଗିବ ସ୍ବତନ୍ତ୍ର ଡ୍ରୋନ୍
ବିଜେଡି ନେତା ମନୋଜ ମିଶ୍ରଙ୍କ ଘରେ ଆଇଟି ରେଡ୍
ଆସନ୍ତା ୧୩ରେ ମୁଖ୍ୟମନ୍ତ୍ରୀଙ୍କ ବାଲେଶ୍ୱର ଗସ୍ତ
ଆଣ୍ଡାମାନ ନିକୋବରରେ ଶକ୍ତିଶାଳୀ ଭୂମିକମ୍ପ

ଭୁବନେଶ୍ୱରର ଘରୋଇ କଲେଜ ପରିସରରେ ଯୁବକଙ୍କ ଆତ୍ମାହୁତି ଉଦ୍ୟମ

0

ଭୁବନେଶ୍ୱର: ଭୁବନେଶ୍ୱରରେ ଯୁବକଙ୍କ ଆତ୍ମାହୁତି ଉଦ୍ୟମ। ଦିନକୁ ଦିନ ରାଜ୍ୟରେ ଗୋଟେ ପରେ ଗୋଟେ ଆତ୍ମାହୁତି ମାମଲା ସାମ୍ନାକୁ ଆସିବାରେ ଲାଗିଛି। ବଢୁଥିବା ଆତ୍ମାହୁତି ଘଟଣା ଏବେ ସାରା ରାଜ୍ୟରେ ଚାଞ୍ଚଲ୍ୟ ଖେଳାଇଛି। ରାଜଧାନୀ ଭୁବନେଶ୍ୱରରେ ଆତ୍ମାହୃତି ଉଦ୍ୟମ କରିଛନ୍ତି ଜଣେ ଯୁବକ। ଖଣ୍ଡଗିରି ଥାନା ଅଧୀନ ଏକ ଘରୋଇ କଲେଜ ପରିସରରେ ଜଣେ ଯୁବକ ଆତ୍ମାହୁତି ଉଦ୍ୟମ କରିଥିବା ଜଣାପଡିଛି। ତେବେ ସମ୍ପୂକ୍ତ ଯୁବକ ଘରୋଇ କଲେଜରେ ଆଟେଣ୍ଡାଣ୍ଟ ଭାବେ କାର୍ଯ୍ୟ କରୁଥିଲେ। ଯୁବକଙ୍କ ଶରୀରର ୧୫% ପୋଡ଼ିଯାଇଛି। ଯୁବକଙ୍କୁ ଉଦ୍ଧାର କରାଯାଇ ଏମ୍ସରେ ଭର୍ତ୍ତି କରାଯାଇ ତାଙ୍କର ଚିକିତ୍ସା ଚାଲିଛି।

ପୋଡ଼ି ଆହତ ହୋଇଥିବା ଯୁବକଙ୍କ ଘର ଯାଜପୁର ବିଂଝାରପୁର ହୋଇଥିବା ବେଳେ ପାରିବାରିକ କଳହକୁ କେନ୍ଦ୍ର କରି ସେ ଏଭଳି ଚରମ ପଦକ୍ଷେପ ନେଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି । ଖବର ପାଇ ଖଣ୍ଡଗିରି ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Leave A Reply

Your email address will not be published.