ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପରେ ଅସାମାଜିକ ଯୁବକଙ୍କ ଦୌରାତ୍ମ୍ୟ। ଖୋଲାଖୋଲି ସୁରକ୍ଷା କର୍ମୀଙ୍କୁ ଚ୍ୟାଲେଞ୍ଜ କରୁଛନ୍ତି ଦୁବୃର୍ତ୍ତ। ଶ୍ରୀମନ୍ଦିରକୁ ଆତଙ୍କବାଦୀ ଆକ୍ରମଣ ଧମକ ଚେତାବନୀ। ଏଥି ସହିତ ଫୋନ୍ ନମ୍ୱର ମଧ୍ୟ ଦିଆଯାଇଛି। ମନ୍ଦିରର ଦୁଇଟି ସ୍ଥାନରେ ଏପରି ଧମକପୂର୍ଣ୍ଣ ଲେଖା ଦେଖିବାକୁ ମିଳିଥିଲା। ପରିକ୍ରମା ପ୍ରକଳ୍ପ ଅନ୍ତର୍ଗତ ବୁଡୀ ମାଆ ମନ୍ଦିର ପଥର କାନ୍ଥରେ ଦିଆଯାଇଛି ଧମକପୂର୍ଣ୍ଣ ବାର୍ତ୍ତା। ଏଥିରେ ଲେଖାଯାଇଛି ମନ୍ଦିର ଭାଙ୍ଗିବ ଆତଙ୍କବାଦୀ। ଏହା ସହ ଫୋନ ନମ୍ବର ମଧ୍ୟ ଦିଆଯାଇଛି। ଫୋନ କର, ନ କଲେ ମହାତାଣ୍ଡବ ବୋଲି ଲେଖାଯାଇଛି। ଏହା ଭିତରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନାଁ ମଧ୍ୟ ଲେଖାଯାଇଛି। ଦୁଇଟି ସ୍ଥାନରେ ଏପରି ଧମକପୂର୍ଣ୍ଣ ଲେଖା ଦେଖିବାକୁ ମିଳିଛି। ତେବେ କିଏ ଓ କାହିଁକି କରିଛି ତାହା ଜଣାପଡିନି। ଏକାଧିକ ସ୍ଥାନରେ ସିସିଟିଭି ଲାଗିଛି। ସିକ୍ୟୁରିଟି ଗାର୍ଡ ମଧ୍ୟ ମୁତୟନ ହୋଇଛନ୍ତି। ହେଲେ ଆତଙ୍କବାଦୀଙ୍କ ନାଁ ନେଇ ଏପରି ଲେଖିଲା କିଏ? ତା’କୁ ନେଇ ସୃଷ୍ଟି ହୋଇଛି ପ୍ରଶ୍ନବାଚୀ।ଏହି ଘଟଣାରେ ପୁଲିସ୍ ଜଣେ ସନ୍ଦିଗ୍ଧଙ୍କୁ ଅଟକ ରଖି ପଚରାଉଚରା କରୁଛି। ସନ୍ଦିଗ୍ଧ ବ୍ୟକ୍ତି ଜଣକ ନୂଆଗାଁ ଥାନା ଗଡିଶାଗଦାର ରଘୁନାଥ ସାହୁ ବୋଲି ଜଣାପଡିଛି। ସିସିଟିଭି ଓ ସନ୍ଦିଗ୍ଧ ବ୍ୟକ୍ତି ପଚରାଉଚରା ପରେ ପ୍ରକୃତ ଘଟଣା ଜଣାପଡିବ ।
ପ୍ରମୁଖ ଖବର
କତାରର ୧୦ ବିଲିୟନ ଡଲାର ନିବେଶ ନେଇ ଆଲୋଚନା, ସୀତାରମଣ-କୁୱାରୀଙ୍କ ବୈଠକ
ସେପ୍ଟେମ୍ବର ୩୦ ଓଡ଼ିଶା ବନ୍ଦ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
କଟକରେ ଶିକ୍ଷକ ପଦୋନ୍ନତି ପ୍ରକ୍ରିୟା ଉପରେ ହାଇକୋର୍ଟଙ୍କ ରୋକ
ପାଠ୍ୟପୁସ୍ତକ ତ୍ରୁଟି ନେଇ ପିଏମଓର ହସ୍ତକ୍ଷେପ, ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଲା କେନ୍ଦ୍ର
ନୀରୁଙ୍କୁ ସୁନା, ଏସିଆନ୍ ଗେମ୍ସରେ ଇତିହାସ ରଚିଲା ଭାରତ
୫ ଦିନରେ ସରିଗଲା ୯ ଦିନିଆ ଅଧିବେଶନ, ୯୫୦ ପ୍ରଶ୍ନରୁ ମିଳିଲା ୮ଟିର ଉତ୍ତର
ସୁପ୍ରିମକୋର୍ଟକୁ ଯିବେ ଦିଲ୍ଲୀ ହାଇକୋର୍ଟ ମୁଖ୍ୟ ବିଚାରପତି, କଲେଜିୟମର ସୁପାରିସ