ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ପୁରୀ ହୋଟେଲ୍‌ରୁ ଦୁଇ ମୃତଦେହ ଉଦ୍ଧାର: ଆତ୍ମହତ୍ୟା ସନ୍ଦେହ

0

ପୁରୀ: ପୁରୀ ଏକ ହୋଟେଲରୁ ପଶ୍ଚିମବଙ୍ଗର ଜଣେ ପୁରୁଷ ଓ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ସମୁଦ୍ରକୂଳ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି।

ପୁଲିସ ସୂତ୍ର ଅନୁସାରେ, ଏହି ଦୁଇ ବ୍ୟକ୍ତି ପଶ୍ଚିମବଙ୍ଗରୁ ଆସି ପୁରୀ ଚକ୍ରତୀର୍ଥ ରୋଡ଼ସ୍ଥିତ ହୋଟେଲରେ ଦୁଇ ଦିନ ପୂର୍ବେ ରହୁଥିଲେ। ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ଯେ ସେମାନେ ଦୁଇ ଦିନ ଆଗରୁ ଆତ୍ମହତ୍ୟା କରିଥାଇପାରନ୍ତି। ତେବେ, ମୃତ୍ୟୁର ପ୍ରକୃତ କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।

ହୋଟେଲ କର୍ମଚାରୀଙ୍କ ସୂଚନା ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ରୁମରୁ ମୃତଦେହ ଉଦ୍ଧାର କରିଥିଲା। ମୃତଦେହକୁ ପୋଷ୍ଟମର୍ଟମ ପାଇଁ ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି। ପୁଲିସ ଏକ ଅପମୃତ୍ୟୁ (ୟୁଡି) ମାମଲା ରୁଜୁ କରି ମୃତଦେହର ପରିଚୟ ଓ ମୃତ୍ୟୁର କାରଣ ସମ୍ପର୍କରେ ଅଧିକ ତଦନ୍ତ ଚଲାଇଛି।

Leave A Reply

Your email address will not be published.