ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ମହିଳା କନେଷ୍ଟବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

0

ନୂଆପଡ଼ା: ନୂଆପଡ଼ା ରେଳ ଷ୍ଟେସନ୍‌ ପାଖ ଏକ ଗଛରୁ ମହିଳା କନେଷ୍ଟବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ମୃତକ ମହିଳା କନେଷ୍ଟବଳ ଜଣକ ହେଲେ ରୁକ୍ମଣୀ ନାଗ। ମୃତ୍ୟୁ ପୂର୍ବରୁ ଏକ ଭିଡିଓ କରି ଝୁଲି ପଡ଼ିଥିବା ସୂଚନା ରହିଛି। ସେ ନୂଆପଡ଼ା ପୋଲିସରେ କାର୍ଯ୍ୟରତ ଥିଲେ।

ତେବେ ମହିଳା ପୋଲିସ କର୍ମଚାରୀ ମୃତ୍ୟୁ ପୂର୍ବରୁ ସୋସିଆଲ ମିଡିଆରେ ଭିଡିଓ ବାର୍ତ୍ତା ଜରିଆରେ ତାଙ୍କ ମୃତ୍ୟୁ ପାଇଁ ସ୍ବାମୀ ଚୁଡ଼ାମଣି ଓ ଶାଶୁ ମାଳତି ଦାୟୀ ବୋଲି କହିଛନ୍ତି। ସେମାନଙ୍କୁ ଉପଯୁକ୍ତ ଦଣ୍ଡ ଦେବା ପାଇଁ ଏହି ଭିଡ଼ିଓ ବାର୍ତ୍ତାରେ ସେ ନିବେଦନ କରିଛନ୍ତି। ଦୀର୍ଘ ଦିନ ହେବ ତାଙ୍କୁ ସ୍ୱାମୀ ଓ ଶାଶୁ ମାନସିକ ଓ ଶାରିରୀକ ନିର୍ଯ୍ୟାତନା ଦେଉଥିବା ଅଭିଯୋଗ କରିଛନ୍ତି।

ଘଟଣାକୁ ଗୁରୁତର ନେଇ ନୂଆପଡା ଏସପି ତଦନ୍ତ କରିବା ସହ ମୃତ କନେଷ୍ଟବଳଙ୍କ ସ୍ୱାମୀଙ୍କୁ ଥାନାରେ ଅଟକ ରଖା ଯାଇଥିବା ସୂଚନା ମିଳିଛି। ନୂଆପଡ଼ା ପୋଲିସ ମୃତ ଦେହକୁ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ନୂଆପଡ଼ା ମୁଖ୍ୟଡାକ୍ତରଖାନରେ ଭର୍ତ୍ତି କରାଇଛନ୍ତି।

Leave A Reply

Your email address will not be published.